ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ମାଟ୍ରିକ୍ ରେଜଲ୍ଟକୁ ନେଇ ଚାଲିଥିବା ବହୁ ବାଦ ବିବାଦଖୁ ନେଇ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ଯେଉଁ ଛାତ୍ରଛାତ୍ରୀମାନେ ସେମାନଙ୍କର ରେଜଲ୍ଟକୁ ନେଇ ଅସନ୍ତୁଷ୍ଟ ଅଛନ୍ତି ସେମାନେ ପରୀକ୍ଷା ଦେବେ। ଏଥିପାଇଁ ଜୁଲାଇ ୩୦ ରୁ ଅଗଷ୍ଟ ୫ ମଧ୍ୟରେ ପରିକ୍ଷା କରାଇବାକୁ ପ୍ରସ୍ତୁତି ଚାଲିଛି। ୭୦ ପ୍ରତିଶତ ମାର୍କରେ ପରୀକ୍ଷା କରାଯିବ। ପରୀକ୍ଷାର ୧୫ ଦିନ ପରେ ପରୀକ୍ଷା ଫଳ ପ୍ରକାଶ ପାଇବ। ପରୀକ୍ଷା ପ୍ରଶ୍ନପତ୍ର କିଭଳି କରାଯିବ ତାହା ବୋର୍ଡ କର୍ତ୍ତୃପକ୍ଷ ନିଷ୍ପତି କରିବେ। କୋଭିଡ୍ ଗାଇଡଲାଇନ ଅନୁସାରେ ପରୀକ୍ଷା କରାଯିବ। ୩୦% ସିଲାବସ୍ ହ୍ରାସ ହୋଇଥିବାରୁ ୭୦% ମଧ୍ୟରେ ପରୀକ୍ଷା ହେବ। ରେଜଲ୍ଟ ବାହାରିବା ପରେ ଯୁକ୍ତ ଦୁଇରେ ନାମଲେଖା ପାଇଁ ଛାତ୍ରଛାତ୍ରୀ ମାନେ ଆବେଦନ କରିପାରିବେ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି। ପ୍ରକାଶ ଥାଉକି ଜୁଲାଇ ୩୦ ତାରିଖରୁ ଦଶମ ଶ୍ରେଣୀ ପିଲାଙ୍କ ଅଫ୍ଲାଇନ୍ ପରୀକ୍ଷା ଆରମ୍ଭ ହେବ ବୋଲି ଗତକାଲି ରାଜ୍ୟ ସରକାର ଘୋଷଣା କରିଥିଲେ। ଚଳିତ ଥର ମାଟ୍ରିକ୍ ମୂଲ୍ୟାୟନରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ। ଅଫ୍ଲାଇନ ପରୀକ୍ଷା ପାଇଁ ଫର୍ମ ଫିଲପ ତାରିଖ ମଧ୍ୟ ଘୋଷଣା କରାଯାଇଛି।। ପରୀକ୍ଷା ଦେବାକୁ ଚାହୁଁଥିବା ଛାତ୍ରଛାତ୍ରୀ ଜୁଲାଇ ୫ରୁ ୧୪ ତାରିଖ ମଧ୍ୟରେ ଫର୍ମ ଫିଲପ୍ କରିପାରିବେ। ଏବଂ ୩୦ର ତାରିଖରୁ ପରୀକ୍ଷା ଦେଇପାରିବେ। ତେବେ କରୋନା କାଳକୁ ଦେଖି ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ପରୀକ୍ଷା ଫି ଛାଡ଼ କରିଛନ୍ତି ରାଜ୍ୟ ସରକାର। ସମସ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଫି ଛାଡ଼ କରାଯାଇଛି। ସୂଚନା ଥାଉକି ଚଳିତ ଥର ମାଟ୍ରିକ ମୂଲ୍ୟାୟନରେ ଅନେକ ପିଲା ଅସନ୍ତୋଷ ପ୍ରକାଶ କରିଥିଲେ। ବିଶେଷକରି ଘରୋଇ ପିଲାଙ୍କ ମଧ୍ୟରେ ଅଧିକ ଅସନ୍ତୋଷ ଦେଖାଦେଇଥିଲା। ଏଥିସହିତ ସେମାନଙ୍କର ପରୀକ୍ଷା ଫଳ ୩୦ ପ୍ରତିଶତ ବଢ଼ାଯାଉ ବୋଲି ଦାବି କରିଥିଲା ଘରୋଇ ସ୍କୁଲ୍ର ଛାତ୍ରାଛତ୍ରୀ।






