Wednesday, April 22, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ନେଇ ଜିଲ୍ଲାସ୍ତରୀୟ ସଚେତନତା ବୈଠକ

by ସଞ୍ଜୟ ସ୍ୱାଇଁ
March 14, 2020
in Feature News
କରୋନା ନେଇ ଜିଲ୍ଲାସ୍ତରୀୟ ସଚେତନତା ବୈଠକ
26
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାସ୍ତରୀୟ କରୋନା ସଚେତନତା ବୈଠକ ଡିଆରଡିଏ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି । ପ୍ରକଳ୍ପ ନିର୍ଦ୍ଦେଶକ ସୁବାସ ଚନ୍ଦ୍ର ରାୟଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଚେତନତା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଶ୍ୱେତ କୁମାର ମହାପାତ୍ର ପ୍ରମୂଖ ଯୋଗ ଦେଇଥିଲେ । ସଚେତନତା ଦ୍ୱାରା କରୋନା ଭାଇରସ୍‌ରୁ ମୁକ୍ତି ମିଳିବା ସହିତ ଗ୍ରାମାଞ୍ଚଳ ଜନସାଧାରଣଙ୍କୁ ଏହି ରୋଗ ସମ୍ବନ୍ଧରେ ବିସଦ୍‌ଭାବେ ଜଚ୍ଚାଇବା ପାଇଁ ଆଜି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ଜିଲ୍ଲାର ସମସ୍ତ ପଂଚାୟତ ନିର୍ବାହୀ ଅଧିକାରୀ ଯୋଗ ଦେଇଥିଲେ । ଏହି ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ସାବୁନରେ ବାରମ୍ବାର ହାତ ଧୋଇବା, କାଶ ଛିଙ୍କ ସମୟରେ ନାକ ଏବଂ ମୁହଁକୁ ରୁମାଲ କିମ୍ବା ଟିସୁ କାଗଜ ଦ୍ୱାରା ଘୋଡ଼ାଇ ରଖିବା । ଜ୍ୱର, କାଶ କିମ୍ବା ଶ୍ୱାସ କ୍ରିୟାରେ କଷ୍ଟ ଅନୁଭବ ହେଲେ ତୁରନ୍ତ ଡାକ୍ତରଙ୍କ ପରାମର୍ଶ କରିବା ପାଇଁ ମତ ପ୍ରକାଶ ପାଇଥିଲା । ଏତଦ୍ ବ୍ୟତିତ ଜନଗହଳୀ ସ୍ଥାନଠାରୁ ଦୂରେଇ ରହିବା, ସର୍ବସାଧାରଣ ସ୍ଥାନରେ ଛେପ, ଖଙ୍କାର ନପକାଇବା, ଆଖି, ନାକ ଏବଂ ପାଟିକୁ ସ୍ପର୍ଶ ନକରିବା ପାଇଁ ଲୋକଙ୍କୁ ସଚେତନ କରାଇବାକୁ ବୈଠଳରେ ନିର୍ଦ୍ଦେଶ ଦିଆଯାଇଚି । ମୁଖ୍ୟତଃ ଅନ୍ୟରାଜ୍ୟ ଏବଂ ଦେଶ ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖି ତୁରନ୍ତ ପ୍ରଶାସନକୁ ଖବର ଦେବାକୁ ବୈଠଳରେ ଆଲୋଚନା କରାଯାଇଛି । ଏଥିସହିତ ଯେଉଁ ଶ୍ରମିକମାନେ ବାହାର ରାଜ୍ୟକୁ ଯାଉଛନ୍ତି, ସେମାନଙ୍କୁ ନାମ ପଞ୍ଜିକରଣ କରି ଛାଡ଼ିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ନିଜର ଘର ହେଉ କିମ୍ବା କାର୍ଯ୍ୟାଳୟ ସଦାସର୍ବଦା ପରିସ୍କାର ଓ ସ୍ୱଚ୍ଛ ରଖିବା ପାଇଂ ପଦକ୍ଷେପ ନେବାକୁୁ କୁହାଯାଇଛି । ଏହି ବୈଠଳରେ ଅନ୍ୟମାନଙ୍କ ମଧ୍ୟରେ ଅନେକ ବୁଦ୍ଧିଜୀବୀ ଓ ଗଣମାଧ୍ୟମ ପ୍ରତିନିଧି ଯୋଗ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

ମୁଖ୍ୟମନ୍ତ୍ରୀ କନ୍ୟାଦାନ ଯୋଜନା:୨୧ରେ ଯୋଡ଼ା ହେଲେ ୨୨ଯୋଡ଼ା ନବ ଦମ୍ପତ୍ତି

April 22, 2026
ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!