Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସେପ୍ଟେମ୍ବର ୬ରୁ ଯୁକ୍ତ ୨ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ

by ସଞ୍ଜୟ ସ୍ୱାଇଁ
August 24, 2024
in Education, State
ସେପ୍ଟେମ୍ବର ୬ରୁ ଯୁକ୍ତ ୨ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ଆବେଦନ
88
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ୨ ଦ୍ବିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୬ରୁ ୧୩ ତାରିଖ ମଧ୍ୟରେ ଆଶାୟୀ ଛାତ୍ରଛାତ୍ରୀମାନେ ଏଥିପାଇଁ ଆବେଦନ କରିପାରିବେ। ୨୦ ତାରିଖରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବାକୁ ଥିବା ବେଳେ ୨୧ରୁ ୨୪ତାରିଖ ମଧ୍ୟରେ ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ସଂପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ଲେଖାଇ ପାରିବେ। ଚୟନ ହୋଇନଥିବା ଛାତ୍ରଛାତ୍ରୀମାନେ ୨୬ ଓ ୨୭ ତାରିଖରେ ନୂତନ ଶିକ୍ଷାନୁଷ୍ଠାନକୁ ଚଏସ୍-ଲକିଂ କରିପାରିବେ। ପ୍ରଥମ ମେଧା ତାଲିକା ପରେ ସିଧାସଳଖ ଅକ୍ଟୋବର ୩ ତାରିଖରେ ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୪ ଓ ୫ ତାରିଖରେ ନାମ ଲେଖାଇ ପାରିବେ। ସୂଚନା ଅନୁଯାୟୀ, ସମସ୍ତ ଛାତ୍ରଛାତ୍ରୀ ଦ୍ବିତୀୟ ପର୍ଯ୍ୟାୟରେ ଆବେଦନ କରିପାରିବେ। ପ୍ରଥମ ପର୍ଯ୍ୟାୟରେ ଆବେଦନ କରିଥିବା ଏବଂ କୌଣସି କଲେଜରେ ନାମଲେଖା ପାଇଁ ଚୟନ ହୋଇନଥିବା ଛାତ୍ରଛାତ୍ରୀମାନଙ୍କୁ ଆବେଦନ ଫି’ ଦେବାକୁ ପଡ଼ିବ ନାହିଁ। ସେହିପରି ଏହି ପର୍ଯ୍ୟାୟରେ ସିଟ୍ ସଂରକ୍ଷିତ ରହିବ ନାହିଁ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ କୁହାଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!