Wednesday, July 9, 2025
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା

by ସଞ୍ଜୟ ସ୍ୱାଇଁ
June 7, 2024
in Education, State
ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା
69
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା। ଅନଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। ଜୁଲାଇ ୬ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ। ସୂଚନାଯୋଗ୍ୟ, ମେ’ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା।

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025
ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

ଓଏଏସ୍ ଅଫିସରକୁ ଆକ୍ରମଣ ଘଟଣା:କାର୍ଯ୍ୟବନ୍ଦ କଲା ନୟାଗଡ ଓଏଏସ୍ ସଂଘ

July 1, 2025
ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

ପୁରୀ ଯାଉଥିଲେ ତିନି ଯୁବତୀ; ଚାପିଦେଲା ସରକାରୀ ବସ୍‌

June 28, 2025
ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

ହୃଦଘାତରେ ଆଖି ବୁଜିଲେ ‘କାଣ୍ଟା ଲଗା ଗାର୍ଲ’ ଶେଫାଳି

June 28, 2025

© 2025 Baghuabarta. Designed & Developed by WHI Digital Pvt. Ltd.

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!