Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ୧୨ ଯାଏଁ ବୃଦ୍ଧି

by ସଞ୍ଜୟ ସ୍ୱାଇଁ
July 2, 2024
in Education, State
ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ୧୨ ଯାଏଁ ବୃଦ୍ଧି
72
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇପାରିବେ। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀମାନେ ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍‌‌ ଅପ୍‌‌ ଅପସନ୍‌‌ ଦେଇପାରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ ରୁ ୧୦ ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍‌‌ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏଁ ଚଏସ୍‌‌ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍‌‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ ତାରିଖ ମଧ୍ୟାହ୍ଣରୁ ୨୮ ତାରିଖ ଅପରାହ୍ଣ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍‌‌ ନାମଲେଖା ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ, ଗତ ଜୁନ୍‌‌ ୭ ତାରିଖ ଠାରୁ ଆବେଦନ ଆରମ୍ଭ ହୋଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଆଗ୍ରହୀ ଛାତ୍ରଛାତ୍ରୀମାନେ ସାମ୍‌‌ସ ୱେବସାଇଟ୍‌‌ www.samsodisha.gov.in ରେ ଆବେଦନ କରିପାରିବେ। କଳା ବିଭାଗରେ ୨ଲକ୍ଷ ୯୪ହଜାର ୮୪୦ ଟି ସିଟ୍‌‌ ଥିବାବେଳେ ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪, ସଂସ୍କୃତରେ ୧୩ ହଜାର ୦୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍‌‌ ଉପଲବ୍ଧ ରହିଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ଆବେଦନ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପୂର୍ବରୁ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼଼ା ଆରମ୍ଭ ହେବବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!