Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବଢ଼ିଲା ଯୁକ୍ତ ଦୁଇ ପରୀକ୍ଷା ଆବେଦନର ସମୟସୀମା

by ସଞ୍ଜୟ ସ୍ୱାଇଁ
December 16, 2023
in Education, State
ବଢ଼ିଲା ଯୁକ୍ତ ଦୁଇ ପରୀକ୍ଷା ଆବେଦନର ସମୟସୀମା
35
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଢ଼ିଲା ଯୁକ୍ତ ଦୁଇ ପରୀକ୍ଷା ଆବେଦନର ସମୟସୀମା । ୪୫୦ ଟଙ୍କା ଫାଇନ୍ ଦେଇ ଅନଲାଇନରେ ଆବେଦନ କରିପାରିବେ ଛାତ୍ରଛାତ୍ରୀ । ତେବେ ୨୦ ତାରିଖରୁ ବୃଦ୍ଧି ପାଇ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ ହୋଇପାରିବ । ଏହାପରେ ଆଉ ସମୟ ସୀମା ବଢ଼ାଯିବ ନାହିଁ ବୋଲି ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ସେପଟେ ଫେବ୍ରୁଆରୀ ୧୬ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେବ । ମାର୍ଚ୍ଚ ୨୦ ଯାଏଁ ଚାଲିବ ପରୀକ୍ଷା । ଶୁକ୍ରବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏସିଚ୍ଏସ୍ଇ) ପକ୍ଷରୁ ବିଧିବଦ୍ଧ ଭାବେ ଘୋଷଣା ହୋଇଛି । ଗତ ୧୧ତାରିଖରେ କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିସିଏବିସ୍ଇ) ପକ୍ଷରୁ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ବୁଧବାର ମାଧ୍ୟମିକ ଶିକ୍ଷା ବୋର୍ଡ ଓଡ଼ିଶା ପକ୍ଷରୁ ଦଶମ ଶ୍ରେଣୀ ପରୀକ୍ଷା ତାରିଖ ଘୋଷଣା କରାଯାଇଥିଲା । ସମସ୍ତ ବୋର୍ଡର ପରୀକ୍ଷା ତାରିଖରି ଘୋଷଣା ସରିଥିରିବାରୁ ସିଏସିଚ୍ଏସ୍ଇ ତତ୍ପରତା ପ୍ରକାଶ କରିଛି । ସିଏସିଚ୍ଏସ୍ଇର ଅଧିକାରୀଙ୍କ କହିବା କଥା, ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ଯାଏ ପରୀକ୍ଷା କରାଯିବ । ଡିସେମ୍ୱର ୧ରେ ସିଏସିଚ୍ଏସ୍ଇ ଯୁକ୍ତ ୨ ବିଜ୍ଞାନ ପ୍ରାକ୍ଟିକାଲ ପରୀକ୍ଷା ତାରିଖ ଘୋଷଣା କରିଥିଲା । ଥିଓରୀ ପରୀକ୍ଷା ତାରିଖ ଘୋଷଣା କରାଯାଇନଥିଲା । ଜାନୁଆରୀ ୨ରୁ ୧୨ ତାରିଖ ମଧ୍ୟରେ ପ୍ରାକ୍ଟିକାଲ ଓ ପ୍ରୋଜେକ୍ଟ ପରୀକ୍ଷା ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!