Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଦେବା ପାଇଁ ୧୩ ହଜାର ୪୩ ଜଣ ଆବେଦନ କରିଛନ୍ତି

by ସଞ୍ଜୟ ସ୍ୱାଇଁ
September 12, 2021
in Education, State
ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଦେବା ପାଇଁ ୧୩ ହଜାର ୪୩ ଜଣ ଆବେଦନ କରିଛନ୍ତି
46
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଯୁକ୍ତ ଦୁଇ ସ୍ୱତନ୍ତ୍ର ପରୀକ୍ଷା ଦେବା ପାଇଁ ୧୩ ହଜାର ୪୩ ଜଣ ଆବେଦନ କରିଛନ୍ତି । କଳାରୁ ସର୍ବାଧିକ ୯ ହଜାର ଛାତ୍ରଛାତ୍ରୀ ଆବେଦନ କରିଥିବା ବେଳେ ବିଜ୍ଞାନରୁ ୨ ହଜାର ୩ ଶହ, ବାଣିଜ୍ୟରୁ ୬ ଶହ, ଧନ୍ଦାମୂଳକରୁ ପ୍ରାୟ ୪୫୦ ଓ କରେସପଣ୍ଡେନ୍ସ କୋର୍ସରୁ ପାଖାପାଖି ୫ ଶହ ଆବେଦନ କରିଥିବା ପରିଷଦ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି । ଚଳିତ ମାସ ଶେଷ କିମ୍ବା ଅକ୍ଟୋବର ପ୍ରଥମ ସପ୍ତାହରେ ପରୀକ୍ଷା କରିବାକୁ ଯୋଜନା ଚାଲିଛି । ଯାହା ସୋମବାର କିମ୍ବା ମଙ୍ଗଳବାର ସ୍ପଷ୍ଟ ହେବ । ପରୀକ୍ଷା ପରିଚାଳନା କରୁଥିବା ଫାର୍ମ ସହ ଆଲୋଚନା ପରେ ତାରିଖ ଚୂଡ଼ାନ୍ତ ହେବ । ଉଲ୍ଲେଖଯୋଗ୍ୟ, ଚଳିତବର୍ଷ କରୋନା ପାଇଁ ଦଶମ ଭଳି ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଲିଖିତ ପରୀକ୍ଷା ବାତିଲ ହୋଇଥିଲା । ବିକଳ୍ପ ମୂଲ୍ୟାୟନ ଅନୁସାରେ ଛାତ୍ରଛାତ୍ରୀଙ୍କୁ ମାର୍କ ମିଳିଥିଲା । ସେହି ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀ ଓ ଆଦୌ ପରୀକ୍ଷା ଦେଇନଥିବା ଏକ୍ସ-ରେଗୁଲାର ଛାତ୍ରଛାତ୍ରୀ ଯୁକ୍ତ ଦୁଇର ଏହି ସ୍ୱତନ୍ତ୍ର ପରୀକ୍ଷା ଦେଇପାରିବେ ବୋଲି ପରିଷଦ ସୂଚନା ଦେଇଥିଲା । ଗତ ୯ ତାରିଖ ଅପରାହ୍‌ଣ ୧ଟାରେ ପଞ୍ଜୀକରଣ ସରିଥିବାବେଳେ ଯେଉଁମାନେ ଅଫଲାଇନରେ ଲିଖିତ ପରୀକ୍ଷା ଦେବେ, ସେମାନଙ୍କୁ ବିକଳ୍ପ ମୂଲ୍ୟାୟନରେ ମିଳିଥିବା ମାର୍କ କାଏମ ରହିବନି । ଏହି ସ୍ୱତନ୍ତ୍ର ପରୀକ୍ଷା ମାର୍କ ହିଁ ଚୂଡ଼ାନ୍ତ ହେବ । କେବଳ ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକର ପରୀକ୍ଷା ହେବ । ସେହି ଅନୁସାରେ ଅନ୍ୟ ବିଷୟ ଗୁଡ଼ିକରେ ମାର୍କ ଦିଆଯିବ । ପରୀକ୍ଷାର୍ଥୀଙ୍କ ସଂଖ୍ୟା ଅନୁସାରେ ପରୀକ୍ଷା କେନ୍ଦ୍ର ହେବ । ପରୀକ୍ଷା କେବଳ ନିର୍ଦ୍ଦିଷ୍ଟ କିଛି ପରୀକ୍ଷା ପରିଚାଳନା ହବ୍‌ରେ ଅନୁଷ୍ଠିତ ହେବ । ପରୀକ୍ଷାରେ ପ୍ରଶ୍ନ ୨୦୨୧ ବାର୍ଷିକ ପରୀକ୍ଷା ପାଇଁ ପୂର୍ବରୁ ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁସାରେ ଆସିବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!