ଭୁବନେଶ୍ୱର, (ବାଘୁଆବାର୍ତ୍ତା): ପ୍ରକାଶ ପାଇଲା ଯୁକ୍ତ ୨ କଳା ପରୀକ୍ଷାଫଳ । କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ରେଜଲ୍ଟ ପ୍ରକାଶ ପାଇଛି । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ଗଣଶିକ୍ଷା ସଚିବ । ଓ୍ବେବସାଇଟ୍ www.orissaresult.nic.in ଏବଂ ସାମସ୍ ଇସ୍ପେସରେ ପରୀକ୍ଷା ଫଳ ଉପଲବ୍ଧ । ଯୁକ୍ତ ୨ କଳାରେ ପାସ୍ ହାର ୭୮.୮୮ ପ୍ରତିଶତ । ଯୁକ୍ତ ୨ କଳାରେ ୨ଲକ୍ଷ ୧୯ ହଜାର ୧୧୦ ଜଣ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ଶିକ୍ଷାରେ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ମେ’ ୩୧ ତାରିଖରେ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ପ୍ରକାଶ ପାଇଥିଲା । ଗୁରୁବାର କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆସନ୍ତାବର୍ଷଠାରୁ ଯୁକ୍ତ ୨ କଳା,ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ପରୀକ୍ଷା ଫଳ ଏକା ସଙ୍ଗେ ପ୍ରକାଶ ପାଇବା ନେଇ ବିଭାଗ ଘୋଷଣା କରିଛି ।





