Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୪ ରୁ ୨୮ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା

by ସଞ୍ଜୟ ସ୍ୱାଇଁ
December 23, 2019
in Nayagarh
୨୪ ରୁ ୨୮ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା
34
VIEWS
Share on FacebookShare on Twitter

ଉଦ୍ଘାଟନ କରିବେ ମନ୍ତ୍ରୀ

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା ୨୪ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ । ଜିଲ୍ଲା ସଦରମହକୁମାର ଖେଳପଡିଆ ଠାରେ ଅନୁଷ୍ଠିତ ଏହି ମହୋତ୍ସବରେ ବିଭିନ୍ନ ପ୍ରଦର୍ଶନୀ, ପଲ୍ଲିଶ୍ରୀ ମେଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ପ୍ରତ୍ୟେକ ସନ୍ଧ୍ୟାରେ ରାଜ୍ୟ ତଥା ରାଜ୍ୟ ବାହାରର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲାପାଳ ତଥା ଅଧ୍ୟକ୍ଷା ଜିଲ୍ଲା ସଂସ୍କୃତି ପରିଷଦ ନୟାଗଡ଼ ଡଃ ପୋମା ଟୁଡୁ ଅଧ୍ୟକ୍ଷତା କରିବେ । ଉକ୍ତ କାର୍ଯ୍ୟକ୍ରମରେ ୧୭୦ଗୋଟି ଷ୍ଟଲ୍ ନିର୍ମାଣ କରାଯାଇଥିବାବେଳେ ସ୍ୱୟଂ ସହାୟକ ଗୋଷ୍ଠୀର ୮୬ଟି, ମିଶନ୍ ଶକ୍ତି ପକ୍ଷରୁ ୨୦ଟି, ବିଭିନ୍ନ ସରକାରୀ ଅନୁଷ୍ଠାନ ପକ୍ଷରୁ ୩୨ଟି ଷ୍ଟଲ୍ ଖୋଲିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଆସନ୍ତାକାଲିର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଉଦ୍ଘାଟକ ଭାବେ ରାଜ୍ୟ ସରକାରଙ୍କର ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗ ଦେଉଥିବାବେଳେ ମୁଖ୍ୟଅତିଥି ଭାବେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେବେ । ସମ୍ମାନିତ ଅତିଥି ଭାବେ କଟକ ସାଂସଦ ଭତ୍ତୃହରି ମହତାବ, ପୁରୀ ସାଂସଦ, ପିନାକୀ ମିଶ୍ର, ଜିଲ୍ଲାପରିଷଦ ଅଧ୍ୟକ୍ଷା ବୈଜୟନ୍ତିମାଳା ମହାନ୍ତି ପ୍ରମୁଖ ଯୋଗଦେବେ । କାଲିର ଉଦ୍ଘାଟନୀ ଉତ୍ସବ ପଠାଣି ସାମନ୍ତଙ୍କ ୧୮୫ତମ ତମ ଜନ୍ମସ୍ମାରକୀ ଭାବେ ପାଳନ କରାଯିବ । ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲାପାଳ ଡ. ପୋମା ଟୁଡୁ, ଅତିରିକ୍ତ ଜିଲ୍ଲାପାଳ ବିଧାନଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ପ୍ରମୁଖ ଉପସ୍ଥିତ ରହି ସମସ୍ତଙ୍କର ସାହାଯ୍ୟ ସହଯୋଗ ଲୋଡିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!