Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଛାତ୍ରଛାତ୍ରୀଙ୍କ ପାଇଁ ନବୀନଙ୍କ ବଡ଼ ଘୋଷଣା

by ସଞ୍ଜୟ ସ୍ୱାଇଁ
February 13, 2024
in Education, State
ବୈଦେଶ୍ୱର ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
397
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯାଜପୁରରେ ନୂଆ-ଓ କାର୍ଯ୍ୟକ୍ରମରେ ବଡ ଘୋଷଣା । +୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କୁ ଜଣାଇଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । କଲେଜର ୯୫% +୩ ଛାତ୍ରଛାତ୍ରୀଙ୍କୁ ମିଳିବ ନୂଆ-ଓ ଛାତ୍ରବୃତ୍ତି । ଛାତ୍ରୀମାନଙ୍କୁ ୧୦ ହଜାର ଟଙ୍କା ଓ ଛାତ୍ରମାନଙ୍କୁ ୯ ହଜାର ଟଙ୍କା ମିଳିବ । ପାଖାପାଖି ସାଢେ ୪ ଲକ୍ଷ ଛାତ୍ରଛାତ୍ରୀ ଏହି ନୂଆ-ଓ ଛାତ୍ରବୃତ୍ତି ପାଇବେ । ସେହିଭଳି ପାଖାପାଖି ୩୫ ହଜାର ପିଜି ଛାତ୍ରଛାତ୍ରୀ ମଧ୍ୟ ଏହି ବୃତ୍ତି ପାଇବେ । ପ୍ରତିବର୍ଷ ଏହି ଛାତ୍ରବୃତ୍ତି ମିଳିବ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ଏହି ଛାତ୍ରବୃତ୍ତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ । ସରକାରୀ କର୍ମଚାରୀ ଓ ଆୟକର ଭରୁଥିବା ଅଭିଭାବକଙ୍କ ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବନି । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ସାରା ଭାରତବର୍ଷରେ ଓଡ଼ିଶା ପ୍ରଥମ । ଛାତ୍ରବୃତ୍ତି ସହ ଅଧିକ ଟଙ୍କା ମଧ୍ୟ ପାଇପାରିବେ ଛାତ୍ରଛାତ୍ରୀ । ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଛନ୍ତି । ତେଣୁ କଲେଜରେ ହେଉଥିବା ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଭାଗ ନେଲେ କିଛି ପଏଣ୍ଟ ପାଇବେ ଛାତ୍ରଛାତ୍ରୀ । ଅଧିକ ପଏଣ୍ଟ ପାଇଲେ ଅଧିକ ଟଙ୍କା ପାଇପାରିବେ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀଙ୍କର ଏହା ଐତିହାସିକ ନିଷ୍ପତ୍ତି ବୋଲି କହିଲେ ଭି.କେ ପାଣ୍ଡିଆନ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!