Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରକାଶ ପାଇବ +୩ ପ୍ରଥମ ମେଧା ତାଲିକା

by ସଞ୍ଜୟ ସ୍ୱାଇଁ
June 24, 2024
in Education, State
ପ୍ରକାଶ ପାଇବ +୩ ପ୍ରଥମ ମେଧା ତାଲିକା
90
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ୩ ନାମଲେଖା ପାଇଁ ମଙ୍ଗଳବାର ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା। ୨୫ ତାରିଖ ଅପରାହ୍ଣ ୪ ଟା ବେଳେ ସାମ୍‌‌ସ ୱେବସାଇଟ୍‌‌ www.samsodisha.gov.in ରେ ଉପଲବ୍‌‌ଧ ହେବ। ମେଧା ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀମାନେ ୨୬ରୁ ୨୯ ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ଚୟନ ହୋଇଥିବା ଉଚ୍ଚ ଶିକ୍ଷାନୁଷ୍ଠାନ ଓ ବିଷୟରେ ପଢ଼଼ିବାକୁ ଆଗ୍ରହୀ ଥିଲେ ଫ୍ରିଜ୍‌‌ ଅପସନ୍‌‌ ଦେବେ। ଅନ୍ୟଥା ସ୍ଲାଇଡ୍‌‌ ଅପସନ୍‌‌ ଦେଇ ଅନ୍ୟ ଶିକ୍ଷାନୁଷ୍ଠାନ ପାଇଁ ପୁନଃ ନାମଲେଖା ପ୍ରକ୍ରିୟାରେ ସାମିଲ ହୋଇପାରିବେ। ଫ୍ରିଜ୍‌‌ ବା ସ୍ଲାଇଡ୍‌‌ ଅପସନ୍‌‌ ଦେଇସାରିବା ପରେ ଛାତ୍ରଛାତ୍ରୀମାନେ ଆବଶ୍ୟକ ଫି’ ପୈଠ କରିବେ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୫ ତାରିଖରେ ପ୍ରକାଶ ପାଇବାକୁ ଥିବାବେଳେ ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୬ରୁ ୯ତାରିଖ ମଧ୍ୟରେ ନାମ ଲେଖାଇପାରିବେ। ଜୁଲାଇ ୧୫ ତାରିଖରେ ତୃତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସୂଚନାଯୋଗ୍ୟ, ଚଳିତ ବର୍ଷ ସମୁଦାୟ ୨ ଲକ୍ଷ ୩୭ ହଜାର ୭୯୫ ଜଣ ଛାତ୍ରଛାତ୍ରୀ ଆବେଦନ କରିଛନ୍ତି। ତନ୍ମଧ୍ୟରୁ ୨ ଲକ୍ଷ ୩୩ ହଜାର ୪୫୨ ଜଣ ନିର୍ଦ୍ଧାରିତ ଫି ଦାଖଲ କରି ଆବେଦନ ପ୍ରକ୍ରିୟା ସମ୍ପୁର୍ଣ୍ଣ କରିଛନ୍ତି। ୧୦୫୪ଟି ଶିକ୍ଷାନୁଷ୍ଠାନରେ ୨ ଲକ୍ଷ ୭୪ ହଜାର ୫୦୭ ଟି ସିଟ୍‌‌ ଉପଲବ୍‌‌ଧ ରହିଛି। ପ୍ରାୟ ୪୧ ହଜାର ୫୫ଟି କମ୍‌‌ ଆବେଦନ ହୋଇଥିବାରୁ +୩ରେ ବହୁ ସିଟ୍‌‌ ଖାଲି ରହିବା ନିଶ୍ଚିତ ହୋଇଛି।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!