Sunday, August 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୦ରେ ନୟାଗଡ଼ ଆସିବେ ରାଜ୍ୟପାଳ

by ସଞ୍ଜୟ ସ୍ୱାଇଁ
December 16, 2019
in Education, Nayagarh, State
୩୦ରେ ନୟାଗଡ଼ ଆସିବେ ରାଜ୍ୟପାଳ
36
VIEWS
Share on FacebookShare on Twitter

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତି

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ସହରରେ ଅବସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତି ପାଳନ ଉପଲକ୍ଷେ ବିଦ୍ୟାଳୟ ପକ୍ଷରୁ ଚାରି ଦିନ ବ୍ୟାପି ଉତ୍ସବ ଓ କାର୍ଯ୍ୟକ୍ରମ ରଖା ଯାଇଥିବା ନେଇ ଆଜି ପରିଚାଳନା କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ୨୮ ତାରିଖରୁ ୩୧ ତାରିଖ ଯାଏଁ ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ବେଳେ ୩୦ ତାରିଖ କାର୍ଯ୍ୟକ୍ରମରେ ରାଜ୍ୟପାଳ ଯୋଗ ଦେବେ ବୋଲି ଜଣାପଡ଼ିଛି । ସୂଚନାନୁସାରେ, ୨୮ ତାରିଖରେ କଳସ ଶୋଭାଯାତ୍ରା ଏବଂ ଯଜ୍ଞ ଅନୁଷ୍ଠିତ ହେବାକୁ ଥିବା ବେଳେ ୨୯ ତାରିଖରେ ପୂର୍ବାହ୍ନରେ ଜ୍ୟୋତି ପରିକ୍ରମା ଓ ଶୋଭାଯାତ୍ରା ଅନୁଷ୍ଠିତ ହେବ । ଏହି ଦିନ ଶିକ୍ଷକ, ଶିକ୍ଷୟତ୍ରୀଙ୍କ ସହ ବୁଦ୍ଧିଜୀବୀମାନଙ୍କୁ ନେଇ ଆଲୋଚନା ଚକ୍ର ରହିଥିବା ବେଳେ ଅପରାହ୍ନରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗଦେବେ । ରଜତ ଜୟନ୍ତି ସ୍ମୃତି ପାଠାଗାରକୁ ମନ୍ତ୍ରୀ ଡ. ସାହୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଥିବା ବେଳେ ସଂନ୍ଧ୍ୟାରେ ବିଦ୍ୟାଳୟ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ଜଣାପଡ଼ିଛି । ସେହିଭଳି ୩୦ ତାରିଖ ପୂର୍ବାହ୍ନ ୧୦ଟା ସମୟରେ ସାହିତ୍ୟିକ ମାନଙ୍କ ଦ୍ୱାରା ଏକ କବିତା ପାଠୋତ୍ସବ ଅନୁଷ୍ଠିତ ହେବାକୁ ଥିବା ବେଳେ ଦିନ ୨ଟା ବେଳକୁ ପୂରାତନ ଛାତ୍ରଛାତ୍ରୀମାନଙ୍କୁ ନେଇ ଏକ ଆଲୋଚନା ଚକ୍ର ଆୟୋଜନ କରାଯାଇଥିବା ଜଣାପଡ଼ିଛି । ଏହି ଦିନ ଅପରାହ୍ନରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଯୋଗ ଦେବାକୁ ସମ୍ମତି ପ୍ରଦାନ କରିଥିବା ବିଦ୍ୟାମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ସେହିଭଳି ୩୧ ତାରିଖ କାର୍ଯ୍ୟକ୍ରମରେ ପୂର୍ବତନ ପ୍ରଧାନ ଆଚାର୍ଯ୍ୟ ଓ ଆଚାର୍ଯ୍ୟାଙ୍କ ଏକ ସମ୍ମିଳନୀ ରହିଥିବା ବେଳେ ଅନୁଷ୍ଠିତ ସଭାରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଯୋଗ ଦେବା ସହ କୃତ୍ତି ଛାତ୍ରଛାତ୍ରୀମାନଙ୍କୁ ପ୍ରତିଭା ସମ୍ମାନ ପ୍ରଦାନ କରିବେ ବୋଲି ଜଣାପଡ଼ିଛି । ବିଦ୍ୟାମନ୍ଦିର ପରିଚାଳନା କମିଟି ସଭାପତି ମୃତ୍ୟୁଞ୍ଜୟ ମହାପାତ୍ର, ସଂପାଦକ, ଶାନ୍ତନୁ କୁମାର ସ୍ୱାଇଁ, କୋଷାଧ୍ୟକ୍ଷ ହରେକୃଷ୍ଣ ମୁଦୁଲି, ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ପ୍ରମୂଖ ସାମ୍ବାଦିକ ସମ୍ମିଳନୀରେ ଉପସ୍ଥିତ ଥିଲେ ।

Leave a Reply Cancel reply

Your email address will not be published. Required fields are marked *

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!