Sunday, June 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ

by ସଞ୍ଜୟ ସ୍ୱାଇଁ
August 7, 2021
in State
ମୁଖ୍ୟ ଶାସନ ସଚିବ ଓ ୫-ଟି ସଚିବଙ୍କ ସୁନ୍ଦରଗଡ ଗସ୍ତ
63
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ୍, ଜାତୀୟ ସ୍ବାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଶ୍ରୀମତୀ ଶାଳିନୀ ପଣ୍ଡିତ ଓ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଶ୍ରୀ ଆର. ଭିଲିନ୍‌କ୍ରିଷ୍ଣା ଆଜି ସୁନ୍ଦରଗଡ ଜିଲ୍ଲା ଗସ୍ତରେ ଯାଇ ବିଭିନ୍ନ ଉନ୍ନୟନମୁଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ଏହି ସଚିବ ସ୍ତରୀୟ ପ୍ରତିନିଧି ଦଳ କୁନ୍ଦୁକେଲାସ୍ଥିତ ୩୩/୧୧ କେଭି ବିଦ୍ୟୁତ ଗ୍ରୀଡ ସବ୍‌ଷ୍ଟେସନ, ଭେଡାବାହାଲ କୋଲ୍‌ କରିଡର, ଭବାନୀପୁର ଠାରେ ଆଧୁନିକ ବାଲା ମଡେଲରେ ନିର୍ମିତ ଅଙ୍ଗନବାଡୀ କେନ୍ଦ୍ର ଏବଂ କିଂଜିରିମା ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ବୁଲି ଦେଖିଥିଲେ। ଏହାସହିତ ଶିକ୍ଷା, ମହିଳା ଓ ଶିଶୁବିକାଶ, ପୋଷଣ, ଜୀବିକା, ସଂଯୋଗୀକରଣ, ପାନୀୟ ଜଳ, କୃଷି ଓ ଜଳସେଚନ ଆଦି ବିଭିନ୍ନ କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ । କୋଭିଡ ମହାମାରୀର ସମ୍ଭାବ୍ୟ ତୃତୀୟ ଲହରର ମୁକାବିଲା ଲାଗି ସ୍ବାସ୍ଥ୍ୟ ଭିତ୍ତିଭୂମିର ପ୍ରସ୍ତୁତି ଏବଂ ବିଶେଷ କରି ଶିଶୁମାନଙ୍କ ଚିକିତ୍ସା ଲାଗି ICU ତଥା ଆବଶ୍ୟକୀୟ ବ୍ୟବସ୍ଥା ସଂପର୍କରେ ସୁନ୍ଦରଗଡସ୍ଥିତ NTPC କୋଭିଡ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରି ଅନୁଧ୍ୟାନ କରିଥିଲେ । ଏତଦ୍‌ବ୍ୟତୀତ ଜିଲ୍ଲାରେ କ୍ରୀଡା ଭିତ୍ତିଭୂମି ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା କରାଯାଇଥିଲା। ରାଜ୍ୟ ସରକାରଙ୍କର ୫-ଟି କାର୍ଯ୍ୟକ୍ରମ ଅଧୀନରେ ଜିଲ୍ଲାର 50ଟି ସରକାରୀ ହାଇସ୍କୁଲର ରୂପାନ୍ତର କାମ ଅକ୍ଟୋବର ସୁଦ୍ଧା କରାଯିବ ବୋଲି ନିଷ୍ପତ୍ତି ହୋଇଛି । ୫୦ଟି ହାଇସ୍କୁଲ ମଧ୍ୟରୁ ଏହି ସଚିବସ୍ତରୀୟ ଦଳ କିଞିରିମା ସରକାରୀ ହାଇସ୍କୁଲ ବୁଲି ଦେଖିଥିଲେ। ସେମାନେ ସ୍ମାର୍ଟ କ୍ଲାସରେ ବସି ଷ୍ଟୁଡିଓରେ ଥିବା ଶିକ୍ଷୟତ୍ରୀ ଏବଂ ଅନ୍ୟ ଏକ କକ୍ଷରେ ବସି ପଢୁଥିବା ଛାତ୍ରଛାତ୍ରୀଙ୍କ ସହ virtual ମାଧ୍ୟମରେ କଥାବାର୍ତ୍ତା କରିଥିଲେ । ସ୍କୁଲର ବିଜ୍ଞାନଗାର, ଖେଳପଡିଆ ଓ ଅନ୍ୟାନ୍ୟ ଭିତ୍ତିଭୂମି ବୁଲି ଦେଖିବା ସହ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସେମାନେ ସନ୍ତୋଷ ପ୍ରକାଶ କରିଥିଲେ । ସୁନ୍ଦରଗଡ ସଦରର ଭବାନୀପୁରରେ ବାଲା ମଡେଲରେ ନିର୍ମିତ ଆଧୁନିକ ଅଙ୍ଗନବାଡୀ କେନ୍ଦ୍ର ମଧ୍ୟ ସେମାନେ ପରିଦର୍ଶନ କରିଥିଲେ । ଛୋଟ ଛୋଟ ପିଲାଙ୍କ ଶିକ୍ଷାକୁ ଆନନ୍ଦମୟ କରିବାପାଇଁ ବାଲା ମଡେଲରେ ସଂପୂର୍ଣ୍ଣ ନୂଆ ଢାଞ୍ଚାରେ ଅଙ୍ଗନବାଡୀ କେନ୍ଦ୍ର ତିଆରି କରାଯାଇଛି । ଏହାର ଆସବାପତ୍ର ଓ କାନ୍ଥବାଡ ଠାରୁ ଆରମ୍ଭ କରି ସଂପୂର୍ଣ୍ଣ ପରିବେଶ ପିଲାଙ୍କ ଶିକ୍ଷା ପାଇଁ ଆକର୍ଷଣୀୟ କରାଯାଇଛି । ସୁନ୍ଦରଗଡ ଜିଲ୍ଲାରେ ଥିବା ସମସ୍ତ ଅଙ୍ଗନବାଡୀ କେନ୍ଦ୍ର ସହିତ ନୂଆ ଅଙ୍ଗନବାଡୀ କେନ୍ଦ୍ର ଗୁଡିକୁ ଏହି ବାଲା ମଡେଲରେ ନିର୍ମାଣ କରାଯାଉଛି । ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡର ଜିଲ୍ଲାପାଳ, ଜିଲ୍ଲାର ଏସ୍‌.ପି ଓ ଜିଲ୍ଲା ଗ୍ରାମ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରମୁଖ ଉପସ୍ଥିତ ଥିଲେ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!