ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ ପ୍ରବଳ ଗରମ ଅନୁଭୂତ ହେଉଥିବାରୁ ବୁଧବାର ଠାରୁ ରାଜ୍ୟରେ ସବୁ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଆସନ୍ତା ୧୨ ତାରିଖରୁ ୧୬ ତାରିଖ ଯାଏ ୫ ଦିନ ସବୁ ବିଦ୍ୟାଳୟ ଓ ଅଙ୍ଗନବାଡ଼ିକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏନେଇ ନିଷ୍ପତ୍ତି କାର୍ୟ୍ୟକାରୀ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟାକ ନିର୍ଦ୍ଦେଶ ଦେଇଛନ୍ତି।





