ବୌଦ୍ଧ, (ବାଘୁଆବାର୍ତ୍ତା): ବୌଦ୍ଧରେ ୯ଲକ୍ଷ ଟଙ୍କାର ଗଞ୍ଜେଇ ସହ ଗୋଟିଏ ପିକ୍ ଅପ୍ ଭ୍ୟାନ ଜବତ ହୋଇଛି । ଚାଲାଣକାରୀ ଦୁଇ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ପୁରୁଣା କଟକ ଥାନା ମାଧପୁର ଅଞ୍ଚଳରୁ ୯୦କେଜି ଗଞ୍ଜେଇ ଜବତ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆରୁ କଟକ ଚାଲାଣ ବେଳେ ଧରିଲା ପୁରୁଣା କଟକ ପୋଲିସ । କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଅଞ୍ଚଳରୁ ବୌଦ୍ଧ ଦେଇ କଟକ ଜିଲ୍ଲା ନରସିଂହପୁରକୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ପୁରୁଣା କଟକ ପୋଲିସ କୌଣସି ସୂତ୍ରରୁ ଖବର ପାଇ ମାଧପୁର ଅଞ୍ଚଳରେ ପାଟ୍ରୋଲିଂ କରୁଥିଲା । ସେହି ସମୟରେ ଏକ ପିକ୍ ଅପ୍ ଭ୍ୟାନ୍ ଦୁର୍ଘଟଣା ଯୋଗେ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଗାଡ଼ିଟିକୁ ଅଟାକାଇ ସେଥିରୁ ଗଞ୍ଜେଇ ଜବତ କରିବା ସହିତ ଦୁଇ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଗିରଫ କରିଛି ପୋଲିସ । ଏଥି ସହିତ ବ୍ୟବହୃତ ଗାଡ଼ିକୁ ଏବଂ ଅଭିଯୁକ୍ତଙ୍କ ଠାରୁ ଦୁଇଟି ମୋବାଇଲ୍ ଫୋନ୍ ମଧ୍ୟ ଜବତ କରିଥିବା ପୋଲିସ ସୂଚନା ଦେଇଛି । ତେବେ ଏହି ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୯ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।





