Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଠିକଣା ପଚାରି ଲୁଟିନେଲେ ସୁନା ଚେନ୍

by ସଞ୍ଜୟ ସ୍ୱାଇଁ
April 13, 2023
in Crime, State
ଠିକଣା ପଚାରି ଲୁଟିନେଲେ ସୁନା ଚେନ୍
115
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ବାଇକରେ ଆସିଲେ ଠିକଣା ପଚାରିବା ବାହାନାରେ ମହିଳାଙ୍କ ବେକରୁ ସୁନା ଚେନ୍ ଲୁଟି ନେଲେ । ପୁରୀ ସଦର‌ କଦଳୀ ବାଡି ପାଟଣାଠାରେ ଘଟିଛି ଏଭଳି ଘଟଣା । ଲୁଟର ଶିକାର ହୋଇଥିବା ମହିଳା ହେଉଛନ୍ତି ପଦ୍ମାବତୀ ପ୍ରଧାନ । ଗୁରୁବାର ଭୋର ସମୟରେ ପଦ୍ମାବତୀ ତାଙ୍କ ଦାଣ୍ଡ ଦୁଆରେ ଫୁଲ ତୋଳୁଥିବା ସମୟରେ ଦୁଇ ଜଣ ଲୁଟେରା ବାଇକରେ ଆସିଥିଲେ । ଜଣେ ଲୁଟେରା ବାଇକରେ ବସି ରହିଥିବା ବେଳେ ଅନ୍ୟ ଜଣେ ହିନ୍ଦିରେ ତାଙ୍କୁ ଠିକଣା ପଚାରିଥିଲେ । ତେବେ ସେଭଳି କୌଣସି ବ୍ୟକ୍ତି ଏଠାରେ ରହୁନଥିବା ପଦ୍ମାବତୀ କହିଥିଲେ । ଏହାପରେ ଲୁଟେରା ଜଣକ ପଦ୍ମାବତୀଙ୍କ ବେକରୁ ସୁନା ଚେନ୍ ଲୁଟି ନେଇଥିଲେ । ଚେନ୍ ଟି ୨୭ ଗ୍ରାମ୍ ଓଜନର ଥିବାବେଳେ ଏହାର ମୂଲ୍ୟ ପାଖାପାଖି ୨ ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!