Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଲଟିଲା ଆଳୁ ବୋଝେଇ ଟ୍ରକ, ବାହାରିଲା ଗଞ୍ଜେଇ

by ସଞ୍ଜୟ ସ୍ୱାଇଁ
April 14, 2023
in Crime, State
ଓଲଟିଲା ଆଳୁ ବୋଝେଇ ଟ୍ରକ, ବାହାରିଲା ଗଞ୍ଜେଇ
188
VIEWS
Share on FacebookShare on Twitter

ଗଞ୍ଜାମ, (ବାଘୁଆବାର୍ତ୍ତା): ନିଶା ବେପାରୀମାନେ ପୁଲସି ଆଖିରେ ଧୂଳି ଦେବାକୁ ବିଭିନ୍ନ ଉପାୟ ଅବଲମ୍ବନ କରୁଛନ୍ତି। କେତେବେଳେ ଆମ୍ବୁଲାନ୍ସରେ ଗଞ୍ଜେଇ ଚାଲାଣ କରୁଛନ୍ତି ଆଉ କେତେବେଳେ ଆଳୁ ବୋଝେଇ ଟ୍ରକ୍‌ରେ ଗଞ୍ଜେଇ ଚାଲାଣ କରୁଛନ୍ତି। ଏପରି ସମାନ ଘଟଣା ଗଞ୍ଜାମ ଜିଲ୍ଲାରେ ଘଟିଛି। ଏକ ଆଳୁ ବୋଝେଇ ଟ୍ରକ୍‌ରୁ ୨୪ ବସ୍ତା ଗଞ୍ଜେଇ ପୁଲିସ ଜବତ କରିଛି। ଗଞ୍ଜାମ ଜିଲ୍ଲା ତପ୍ତପାଣି ପାଳୁଖୋଳା ବୁଲାଣିଆଁ ଘାଟିରେ ଏକ ଆଳୁ ବୋଝେଇ ଟ୍ରକଟି ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱକୁ ଓଲଟି ପଡ଼ିଥିଲା। ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା। ହେଲେ ଦୁର୍ଘଟଣା ଗ୍ରସ୍ତ ଟ୍ରକ୍‌ରେ ଆଳୁ ସହ ୨୪ ବସ୍ତା ଗଞ୍ଜେଇ ବାହାରିଥିଲା। ଯାହାକୁ ଦେଖି ପୁଲିସ ତାଜୁବ ହୋଇଯାଇଥିଲା। ଦୁର୍ଘଟଣା ପରେ ଟ୍ରକ୍ ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିଲା। ତେବେ ଜବତ ଗଞ୍ଜେଇ ଆନୁମାନିକ ମୂଲ୍ୟ କେତେ ଜଣାପଡ଼ିନାହିଁ। ପୁଲିସ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ଏହି ଗଞ୍ଜେଇ ଗୁଡ଼ିକ କୁଆଡେ ଚାଲାଣ ହେଉଥିଲା ତାହା ଜଣାପଡିନାହିଁ। ଟ୍ରକରେ ପଶ୍ଚିମବଙ୍ଗ ନମ୍ୱର୍ ପ୍ଲେଟ ଲାଗି ଥିବାବେଳେ ଟ୍ରକ୍‌ଟି ୱେଷ୍ଟବେଙ୍ଗଲ ଅଭିମୁଖେ ଯାଉଥିବା ସନ୍ଦେହ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!