Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ

by ସଞ୍ଜୟ ସ୍ୱାଇଁ
April 17, 2023
in Crime, State
ଗଞ୍ଜେଇ ସହ ବାଇକ ଜବତ: ଦୁଇ ଜଣ ଗଞ୍ଜେଇ ମାଫିଆ ଗିରଫ
16
VIEWS
Share on FacebookShare on Twitter

କନ୍ଧମାଳ:(ବାଘୁଆ ବାର୍ତ୍ତା): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା ।ରାଜ୍ୟ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ୍ । ୪୧ କେଜି ୧୦୦ ଗ୍ରାମ ଓଜନର ବେଆଇନ୍ ଗଞ୍ଜେଇ ସହ ଗୋଟିଏ ବାଇକ କୁ ଜବତ କରିଛି ବାଲିଗୁଡ଼ା ପୋଲିସ୍ । ଘଟଣାରେ ସଂପୃକ୍ତ ଦୁଇ ଜଣ ମାଫିଆଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ୍ । ସୂଚନା ପ୍ରକାରେ ବାଲିଗୁଡ଼ା ଥାନା ପୋଲିସ୍ ପାଟ୍ରୋଲିଂ କରୁଥିବା ବେଳେ ବିପୁଳ ପରିମାଣର ବେଆଇନ୍ ଗଞ୍ଜେଇ ରାଜ୍ୟ ବାହାରକୁ ଚୋରା ଚାଲାଣ ହେଉଥିବା ଖବର ପାଇବା ପରେ ପେଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଥିଲା । ଗଞ୍ଜେଇ ଧରି ଯାଉଥିବା ବାଇକ ନଂ.ସିଜି-୨୨-ଏଲ- ୪୬୪୮ ଟି ଦୃତ ଗତିରେ ଯାଉଥିବା ବେଳେ ବାଲିଗୁଡା ଥାନା ସିନ୍ଦ୍ରିଗାଁ ପଞ୍ଚାୟତ କିଲାରଘାଟ ନିକଟରେ କାବୁ କରିବାରେ ସକ୍ଷମ ହୋଇଥିଲା ପୋଲିସ୍ । ସେଥିରୁ ୪୧ କେଜି ୧୦୦ ଗ୍ରାମ ବେଆଇନ୍ ଗଞ୍ଜେଇ ଜବତ କରିବା ସହ ଦୁଇ ଜଣ ମାଫିଆଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି ପୋଲିସ୍ । ଜବତ ଗଞ୍ଜେଇ ବାଲିଗୁଡ଼ା ଥାନା ଅଞ୍ଚଳରୁ ବାହାର ରାଜ୍ୟକୁ ଚୋରା ହେଉଥିବା ବେଳେ ଗିରଫ ଦୁଇ ଜଣ ହେଲେ ଛତିଶଗଡର ଦେଓଭୋଗ ଅଞ୍ଚଳର ସମୀର ସୋନୀ ଓ ଶ୍ୟାମଲାଲ ସୋନୀ ହୋଇଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଏନେଇ ବାଲିଗୁଡ଼ା ଥାନା କେଶ୍ ନଂ.୧୦୩/୨୩ ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ବିଷୟ ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫ୍ ପ୍ରକାଶ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!