Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ୨୫ ଲକ୍ଷ ୪୬ ହଜାର ୯୬୪ ଟଙ୍କା ପ୍ରଦାନ

by ସଞ୍ଜୟ ସ୍ୱାଇଁ
May 19, 2020
in Feature News
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ  ୨୫ ଲକ୍ଷ ୪୬ ହଜାର ୯୬୪ ଟଙ୍କା ପ୍ରଦାନ
28
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ): ଓଡିଶା ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ରାୟଗଡା ଜିଲ୍ଲା ବିଜୁ ଜନତା ଦଳର କର୍ମୀମାନଙ୍କ ତରଫରୁ ୨୫ ଲକ୍ଷ ୪୬ ହଜାର ୯୬୪ ଟଙ୍କା ପ୍ରଦାନ କରାଯାଇଛି । ରାୟଗଡା ଜିଲ୍ଲା ବିଜୁ ଜନତା ଦଳର କର୍ମୀମାନଙ୍କ ତରଫରୁ ଏହି ଅର୍ଥ ସଂଗ୍ରହ କରାଯାଇ ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କଙ୍କ ଜରିଆରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ କୋଭିଡ୍‌-୧୯ ମୁକାବିଲା ପାଇଁ ପ୍ରଦାନ କରାଯାଇଛି । ମାନ୍ୟବର ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ରାୟଗଡା ଜିଲ୍ଲା ବିଜୁ ଜନତା ଦଳ ସଭାପତି ତଥା ରାଜ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ଶ୍ରୀ ସୁଧୀର ଦାଶ ରାୟଗଡା ଜିଲ୍ଲା ବିଜୁ ଜନତା ଦଳ ତରଫରୁ ଏହି ଅର୍ଥରାଶିକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଙ୍କୁ ପ୍ରଦାନ କରିଛନ୍ତି । ଏହି ଅବସରରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ତଥା ରାୟଗଡା ଜିଲ୍ଲା ବିଜୁ ଜନତାଦଳ ପର୍ଯ୍ୟବେକ୍ଷକ ଶ୍ରୀ ସଂଜୟ ଦାସ ବର୍ମା ଉପସ୍ଥିତ ଥିଲେ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏଥିପାଇଁ ରାୟଗଡା ଜିଲ୍ଲା ବିଷମ କଟକ ବ୍ଲକ, ମୁନିଗୁଡା ବ୍ଲକ, ରାମନାଗୁଡା ବ୍ଲକ, ଚନ୍ଦ୍ରପୁର ବ୍ଲକ, କୋଲନରା ବ୍ଲକ,ଗୁଣୁପୁର ମ୍ୟୁନିସିପାଲିଟି ଏବଂ ବ୍ଲକ, କଲ୍ୟାଣସିଂହପୁର ବ୍ଲକ, ପଦ୍ମପୁର ବ୍ଲକ ଓ ଗୁଡାରୀ ବ୍ଲକର ବିଜୁ ଜନତା ଦଳର କର୍ମୀ ଓ କର୍ମକର୍ତ୍ତାଙ୍କୁ ରାଜ୍ୟର ଏହି କଠିନ ପରିସ୍ଥିତିରେ ସହଯୋଗର ହାତ ବଢାଇଥିବାରୁ ଧନ୍ୟବାଦ ଜଣାଇଛନ୍ତି । ଏଭଳି କଠିନ ସମୟରେ କୋଭିଡ୍‌-୧୯ ମୁକାବିଲା କରିବା ପାଇଁ ରାୟଗଡା ଜିଲ୍ଲା ବିଜେଡି ତରଫରୁ ଏହି ଉଦ୍ୟମକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇବା ସହିତ କହିଛନ୍ତି ଯେ, “ଏହା ଆମ ସମାଜ ପାଇଁ ଏକ ଉଦାହରଣ ।”

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!