Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବିଡିଓଙ୍କୁ ୩ ବର୍ଷ ଜେଲ୍, ଆକାଉଣ୍ଟାଣ୍ଟଙ୍କୁ ୪ ବର୍ଷ ଜେଲ

by ସଞ୍ଜୟ ସ୍ୱାଇଁ
April 27, 2023
in Crime, State
ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଥାଇ ବି ଜେଲରୁ ଛୁ ମାରିଲା ବିଚାରଧୀନ କଏଦୀ
244
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ରାଉରକେଲାର ପୂର୍ବତନ ତହସିଲଦାର ତଥା ବର୍ତ୍ତମାନ ଜଗତସିଂହପୁର ଜିଲ୍ଲା ଏରସମାର ବିଡିଓ ଥିବା କୈଳାସ ଚନ୍ଦ୍ର ବେହେରାଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଅନୁଗୋଳ ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି। ଏହା ସହିତ ତାଙ୍କୁ ୫ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ୨୦୧୯ରେ ଜଣେ ବ୍ୟକ୍ତିଙ୍କ ଲିଜ୍ ଜମିକୁ ପ୍ରତ୍ୟାହାର କରି ନନେବା ତଥା ତାଙ୍କ ବିରୋଧରେ କୌଣସି ପ୍ରକାର ଆଇନଗତ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୈଳାସ ଚନ୍ଦ୍ର ବେହେରା ୫୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ଅଭିଯୋଗକାରୀଙ୍କ ଠାରୁ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସେହିପରି ଖୋର୍ଦ୍ଧା ଜିଲ୍ଲା ଜଟଣୀ ପୌରପାଳିକାର ପୂର୍ବତନ ଆକାଉଣ୍ଟାଣ୍ଟ ଶରତ କୁମାର ଦାଶଙ୍କୁ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟର ସ୍ୱତନ୍ତ୍ର ବିଚାରପତି ୪ ବର୍ଷ ଜେଲଦଣ୍ଡା ଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅର୍ଥ ନ ଦେଲେ ତାଙ୍କୁ ଆଉ ୨ ମାସ ଜେଲରେ ରଖିବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ୨୦୧୫ରେ ଏକ ରାସ୍ତା କାମର ଫାଇନାଲ୍ ବିଲ୍ କରି ଦେବା ପାଇଁ ଶରତ କୁମାର ଦାଶ ଜଣେ ଠିକାଦାରଙ୍କୁ ୩୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେ ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ସେହିପରି ଆଉ ଏକ ମାମଲାରେ ଶରତ କୁମାର ଦାସଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଜେଲ ଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ତାଙ୍କୁ ଜେଲ୍‌କୁ ପଠାଇ ଦିଆଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!