Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଡ଼ଗାଁରେ ଦୁର୍ଘଟଣା ଶଶୁର ମୃତ, ଜ୍ୱାଇଁ ଗୁରୁତର

by Anil Panda
May 24, 2020
in Accident
ଓଡ଼ଗାଁରେ ଦୁର୍ଘଟଣା ଶଶୁର ମୃତ, ଜ୍ୱାଇଁ ଗୁରୁତର
56
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଓଡ଼ଗାଁ ନିକଟସ୍ଥ ଗୋଡ଼ିପଲ୍ଳୀ ଭୁୟାଁଣୀ ହୋଟେଲ୍ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଶଶୁର ରଂଜନ କୁମାର ସାହୁଙ୍କ ମୃତ୍ୟୁ ଘଟିଥିବା ବେଳେ ଜ୍ୱାଇଁ ଶିବ ପ୍ରସାଦ ସେନାପତି ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି । ସୂଚନାନୁସାରେ, ଆଜି ଉଭୟ ଭଂଜନଗରରୁ ନୟାଗଡ଼ ରାସ୍ତାରେ ଜଗତସିଂହପୁର ଯାଉଥିଲେ । ଲାଲ ରଂଗର ଏକ ହୋଣ୍ଡାଇ ଆଇଟେନ ଓଡି୦୨ ଏଏମ୍ ୨୯୪୨ ନଂ ବିଶିଷ୍ଟ ଗାଡ଼ିରେ ଉଭୟ ଫେରୁଥିବା ବେଳେ କାରଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଜମିକୁ ଓଲଟି ପଡ଼ିଥିଲା । ଉଭୟ କାର ଭିତରେ ଚାପି ହୋଇ ରହିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତୀ କରିଥିବା ବେଳେ ଡାକ୍ତର ଶଶୁର ରଂଜନ କୁମାର ସାହୁଙ୍କୁ ମୃତ ଘୋଷଣା କରିଛନ୍ତି । ଜ୍ୱାଇଁ ଶିବ ପ୍ରସାଦଙ୍କ ଚିକିତ୍ସା ଚାଲିଥିବା ବେଳେ ଘଟଣାସ୍ଥଳରେ ପୁଲିସ ଓ ଅଗ୍ନିଶମ ବିଭାଗ ପହଂଚିଥିବା ଜଣାଯାଇଛି । ଉଭୟ ଶଶୁର ଜ୍ୱାଇଁ ଜଗସିଂହପୁର ଜିଲ୍ଲା ରାହାମା ଅଂଚଳର ବୋଲି ଜଣାପଡ଼ିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!