ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦଶମ ଶ୍ରେଣୀ ପରୀକ୍ଷାରେ ମୋଟ ୮୧ ଜଣ ପରୀକ୍ଷା ଦେେଇଥିଲେ । ଏଥିରେ ଛାତ୍ରୀ ପ୍ରତ୍ୟାଶା ଶତପଥୀ ୯୮% ମାର୍କ ରଖି ଟପ୍ପର ହୋଇଛନ୍ତି । ପ୍ରତ୍ୟାଶା ରାଜ୍ୟ ସ୍ତରରେ ଟପ୍ପର ହୋଇଛନ୍ତି । ସେ ମୋଟ ୫୦୦ ନମ୍ବରରୁ ୪୯୦ ନମ୍ବର ରଖିଛନ୍ତି । ସେହିପରି ଭାବେ ଶୁଭକାନ୍ତ ମାଝି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି । ସେ ୯୭.୨% ମାର୍କ ରଖିଛନ୍ତି । ସେ ରାଜ୍ୟ ସ୍ତରରେ ଚତୁର୍ଥ ସ୍ଥାନ ଅଧିକାର କରିଛନ୍ତି । ଦିବ୍ୟେଶ ଦାସ ୯୫.୨% ମାର୍କ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି ।
ଉକ୍ତ ବିଦ୍ୟାଳୟରେ ୯୫ ରୁ ୧୦୦ % ମଧ୍ୟରେ ୩ ଜଣ ମେଧାବୀ ଥିବା ବେଳେ ୯୦ ରୁ ୧୦୦ % ଭିତରେ ୨୧ ଜଣ ଛାତ୍ରଛାତ୍ରୀ ସଫଳତା ପାଇଛନ୍ତି । ସେହିପରି ଭାବେ ୮୦ ରୁ ୯୦ % ୩୦ ଜଣ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି । ସେହିପରି ୭୦ ରୁ ୮୦ % ମାର୍କ ରଖିଛନ୍ତି ୧୮ ଜଣ ଛାତ୍ରଛାତ୍ରୀ । ପ୍ରତ୍ୟାଶା ଓଡିଶା ଆଦର୍ଶ ବିଦ୍ୟାଳୟର ରାଜ୍ୟର ଟପ୍ପର ହୋଇଥିବାରୁ ନୟାଗଡ଼ ଜିଲ୍ଲା ପାଇଁ ଗର୍ବ ଓ ଗୌରବ ହୋଇଛି । ପ୍ରତ୍ୟାଶା ହେଉଛନ୍ତି ଲାଠିପଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟର ବିଜ୍ଞାନ ଶିକ୍ଷକ ପ୍ରତାପ କୁମାର ଶତପଥି ଓ ମାତା ନିବେଦିତା ମିଶ୍ରଙ୍କ ସୁକନ୍ୟା । ପ୍ରତ୍ୟାଶାଙ୍କ ସଫଳତାକୁ ନେଇ ପରିବାରରେ ଖୁସିର ଲହରୀ ଖେଳିଯାଇଛି । ନୋତର ଓଡିଶା ଆଦର୍ଶ ବିଦ୍ୟାଳୟ ଏବର୍ଷ ଭଲ ରେଜଲ୍ଟ କରିଥିବାରୁ ସବୁଆଡୁ ପ୍ରଶଂସାର ସୁଅ ଛୁଟୁଛି ।





