Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମୁଁ ଫିଜିକ୍ସ ପ୍ରଫେସର ହେବି : ଉଦିତାଶୁଂ

by ସଞ୍ଜୟ ସ୍ୱାଇଁ
May 15, 2023
in Education, Nayagarh, State
ମୁଁ ଫିଜିକ୍ସ ପ୍ରଫେସର ହେବି : ଉଦିତାଶୁଂ
254
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ନୋତରସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ସିବିଏସି ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ୮୯.୮ ମାର୍କ ରଖି ନୋତର ଆଦର୍ଶ ବିଦ୍ୟାଳୟର ଟପ୍ପର ହୋଇଛନ୍ତି ଉଦିତାଶୁଂ ମିଶ୍ର । ସେ ନୟାଗଡ଼ ପୁରୁଣା ସହରର ବାସିନ୍ଦା । ଉଦିତାଶୁଂ ହେଉଛନ୍ତି ପୁରୁଣା ସହରର ଶୁଧାଂଶୁ ଶେଖର ମିଶ୍ର ଓ ଶୈଳବାଳା ଦାସଙ୍କ ସୁପୁତ୍ର । ଆଜି ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ନୋତର ଆଦର୍ଶ ବିଦ୍ୟାଳୟର ୪ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏଥିସହିତ ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉପଲକ୍ଷେ ଜିଲ୍ଲାପାଳ ରବିନ୍ଦ୍ରନାଥ ସାହୁ ଓଡିଶା ଆଦର୍ଶ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ ଓ ଅଧ୍ୟକ୍ଷାଙ୍କୁ ସାଧୁବାଦ ଜଣାଇଥିଲେ । ଗତ ୨୧-୨୨ ବର୍ଷରେ ନୋତର ଆଦର୍ଶ ବିଦ୍ୟାଳୟ ରାଜ୍ୟ ସ୍ତରରେ ଭଲ ପରଫର୍ମାନ୍‌ସ କରି ନୟାଗଡ଼ ନାମକୁ ରାଜ୍ୟ ସ୍ତରରେ ନାମ କମାଇଥିଲା । ଆଗାମୀ ଦିନରେ ଏହି ବଜାୟ କିପରି ଜାରି ରହିବ ଜିଲ୍ଲାପାଳ ସେଥିପାଇଁ ସମସ୍ତଙ୍କୁ ପରାମର୍ଶ ଦେଇଥିଲେ । ଆଜିର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସୁବାଷ ଚନ୍ଦ୍ର ରାୟ, ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷା ଜ୍ୟୋତ୍ସ୍ନାରାଣୀ ନାୟକ, ଜିଲ୍ଲା ଶିକ୍ଷା ଅଧିକାରୀ ଅକ୍ରୁର ବାରିକ, ବ୍ଲକ ଶିକ୍ଷା ଅଧିକାରୀ ଗିତାଞ୍ଜଳୀ ସାହୁ ଓ ସାଇନ୍ସ ସୁପରଭାଇଜର ମାନସ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ । ଏହି ଅବସରରେ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ମାନଙ୍କ ଅଭିଭାବକ ପ୍ରମୁଖ ଯୋଗ ଦେଇଥିଲେ । ଏହି ସମ୍ବର୍ଦ୍ଧନା ସଭାରେ ଉଦିତାଶୁଂ ଭବିଶ୍ୟତରେ ଜଣେ ଫିଜିକ୍‌ସ ପ୍ରଫେସର ହେବେ ବୋଲି ଆଶା ରଖିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!