ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭିଜିଲାନ୍ସ ଜାଲରେ ଅତିରିକ୍ତ ଯୋଗାଣ ଅଧିକାରୀ । ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକକାଳୀନ ୭ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍ । ଆୟବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭଞ୍ଜନଗର ଅତିରିକ୍ତ ଯୋଗାଣ ଅଧିକାରୀ ସଞ୍ଜୟ ସାହୁଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ରେଡ୍ ଚାଲିଛି । ଏକାସାଙ୍ଗେ ୭ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ । ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ- ଭୁବନେଶ୍ୱରର ୪ଟି ସ୍ଥାନ, ଗଞ୍ଜାମର ୨ଟି ସ୍ଥାନ ଏବଂ ମୟୁରଭଞ୍ଜର ଗୋଟିଏ ସ୍ଥାନ ରହିଛି । ତେବେ ଭିଜିଲାନ୍ସ ପକ୍ଷରୁ ହେଉଥିବା ଏହି ଚଢାଉରେ ପାଞ୍ଚ ଜଣେ ଡିଏସ୍ପି, ୧୨ଜଣ ଇନସ୍ପେକ୍ଟର ସାମିଲ ଅଛନ୍ତି । ଏବେ ଯାଏଁ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ ସବିଶେଷ ତଥ୍ୟ ହାସଲ ହୋଇନାହିଁ ।





