Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ମାମଲା, ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

by ସଞ୍ଜୟ ସ୍ୱାଇଁ
May 20, 2023
in Crime, Nayagarh, State
ଗ୍ରାହକଙ୍କୁ ଠକିବା ଓ ମାନସିକ ନିର୍ୟାତନା ଦେବା ମହଙ୍ଗା ପଡ଼ିଛି ରାଜଧାନୀର ଏକ କାର୍‌ ସୋ ରୁମ୍‌କୁ
429
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ପକ୍‌ସୋ ଅଦାଲତ ବିଚାରପତି ନିରଞ୍ଜନ ପଣ୍ଡା ଆଜି ଏକ ନାବାଳିକା ଅପହରଣ ଓ ଦୁଷ୍କର୍ମ ଘଟଣାର ବିଚାର କରି ଅଭିଯୁକ୍ତକୁ ସର୍ବାଧିକ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି । ୨୦୨୦ ମସିହା ଅକ୍ଟୋମ୍ବର ୧୨ ତାରିଖରେ ଜଣେ ନାବାଳିକାକୁ ବିବାହର ମିଥ୍ୟା ପ୍ରତିଶୃତି ଦେଇ ଅପହରଣ କରାଯାଇଥିବା ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି । ପୁଲିସ ଘଟଣାର ତଦନ୍ତ କରି ନାବାଳିକାକୁ ଉଦ୍ଧାର କରିଥିଲା । ଅଭିଯୁକ୍ତ ନାବାଳିକାକୁ ବାରମ୍ବାର ଶାରିରୀକ ଦୁଷ୍କର୍ମ କରିଥିବା ଜଣାପଡ଼ିଥିଲା । ଏହି ଘଟଣାର ବିଚାର ପକସୋ ଅଦାଲତରେ ଚାଲିଥିଲା । ୧୮ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଇଟାମାଟି ଥାନା ଗମ୍ଭାରିଡିହି ଗ୍ରାମର ଅଭିଯୁକ୍ତ ଚନ୍ଦନ କୁମାର ମଲ୍ଲିକକୁ ୩୬୩ ଦଫାରେ ୩ ବର୍ଷ କାରାଦଣ୍ଡାଦେଶ ସହ ୫ ହଜାର ଜରିମାନା, ୩୬୬ ଦଫାରେ ୫ ବର୍ଷ କାରାଦଣ୍ଡାଦେଶ ସହ ୧୦ ହଜାର ଜରିମାନା, ୬ ପକ୍‌ସୋ ଆକ୍ଟ ଅନୁଯାୟୀ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୧୫ ହଜାର ଜରିମାନା ଆଦେଶ କରିଛନ୍ତି । ସର୍ବାଧିକ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଭୋଗ ହେବ ବୋଲି ସୂଚନା ମିଳିଛି । ଜରିମାନା ଅନାଦେୟ ଅଧିକ ୭ ମାସ ଲେଖାଏଁ ଜେଲଦଣ୍ଡ ଭୋଗ କରିବାକୁ ନିର୍ଦ୍ଦେଶ ରହିଛି । ପୀଡ଼ିତାକୁ ଆଇନସେବା ପ୍ରାଧିକରଣଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ରହିଥିବା ସୂଚନା ମିଳିଛି । ଏହି ମାମଲାକୁ ସରକାରଙ୍କ ପକ୍ଷରୁ ଆଇନଜୀବୀ ଦାଶରଥି ସାହୁ ପରିଚାଳନା କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!