ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ଆଜି ୬ ଜଣ ରାଜସ୍ୱ ବିଭାଗର କର୍ମଚାରୀଙ୍କୁ ସସ୍ପେଣ୍ଡ କରିଛନ୍ତି । ଖଣ୍ଡପଡ଼ା ତହସିଲରେ କାର୍ଯ୍ୟରତ ସେକ୍ସନ ଅଫିସର ଏମଡି ସୁଲତାନ ହକଙ୍କୁ ସସପେଣ୍ଡ କରାଯାଇଥିବା ବେଳେ ରଣପୁର ତହସିଲର ଆରଆଇ ପ୍ରଶାନ୍ତ କୁମାର ନାୟକ, ପ୍ରଶାନ୍ତ କୁମାର ପ୍ରଧାନ, ଭାପୁର ତହସିଲରେ କାର୍ଯ୍ୟରତ କନିଷ୍ଠ ରାଜସ୍ୱ ସହାୟକ ଅରୁଣ କୁମାର ସେଠି, ରଣପୁର ତହସିଲର ରାଜସ୍ୱ ସୁପର ଭାଇଜର ପ୍ରମୋଦ କୁମାର ବେହେରା ଓ ରଣପୁର ତହସିଲର ଚନ୍ଦ୍ରଶେଖର ନନ୍ଦଙ୍କୁ ଆଜି ଜିଲ୍ଲାପାଳ ସସ୍ପେଣ୍ଡ କରିଛନ୍ତି । ଏମାନଙ୍କ ନାମରେ ଚାନ୍ଦପୁର ଥାନାରେ ଫୌଜଦାରି ମାମଲା ରୁଜ କରାଯାଇଥିଲା । ରଣପୁର ତହସିଲ ମୟୁରଝାଲିଆ ଗ୍ରାମରେ ଚାଲିଥିବା ବେଆଇନ ଖଣି ଚାଲାଣରେ ସଂପୃକ୍ତ ଥିବା ନେଇ ଅଭିଯୋଗ ଆସିଥିଲା । ଏନଜିଟି ପକ୍ଷରୁ ଏମାନଙ୍କ ବିରୁଦ୍ଧରେ ଫୌଜଦାରି ମାମଲା ରୁଜ କରିବା ପାଇଁ ନୟାଗଡ଼ ଜିଲ୍ଲା ପ୍ରଶାସନକୁ ଚିଠି କରାଯାଇଥିଲା । ରଣପୁର ତହସିଲଦାର ଏମାନଙ୍କ ବିରୁଦ୍ଧରେ ଚାନ୍ଦପୁର ଥାନାରେ ମାମଲା ରୁଜୁ କରିଥିଲେ ।





