Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ, କ୍ରାଇମବ୍ରାଞ୍ଚ ଦାଖଲ କଲା ଚାର୍ଜସିଟ୍

by ସଞ୍ଜୟ ସ୍ୱାଇଁ
May 26, 2023
in Crime, State
ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ, କ୍ରାଇମବ୍ରାଞ୍ଚ  ଦାଖଲ କଲା  ଚାର୍ଜସିଟ୍
400
VIEWS
Share on FacebookShare on Twitter

ଝାରସୁଗୁଡା, (ବାଘୁଆବାର୍ତ୍ତା): ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ଝାରସୁଗୁଡା ଜେଏମଏଫସି କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ । ତଦନ୍ତକାରୀ ଡିଏସପି ଅଧିକାରୀ କଲେ ଚାର୍ଜସିଟ୍ ଦାଖଲ । ତେବେ ଚାର୍ଜସିଟରେ କଣ ଉଲ୍ଲେଖ ରହିଛି ତାହା ଏଯାଏଁ ସ୍ପଷ୍ଟ ହୋଇନାହିଁ । ଗତ ଜାନୁଆରୀ ୨୯ରେ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ପୋଲିସ ଏଏସଆଇ ଗୋପାଳ ଦାସ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ଡକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇଥିଲା । ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଏହାର ତଦନ୍ତଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । ନବ ଦାସଙ୍କ ହତ୍ୟା ଘଟଣାର କିଛି ଘଣ୍ଟା ମଧ୍ୟରେ ଏହାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ତଦନ୍ତ ପ୍ରକ୍ରିୟା ଆଗକୁ ବଢିଥିଲା । କ୍ରାଇମବ୍ରାଞ୍ଚ ହତ୍ୟା ଘଟଣାର ୧୨୦ ଦିନ ମଧ୍ୟରେ ହିଁ ଚାର୍ଜସିଟ୍ ଦାଖଲ କରିଛି । ତଦନ୍ତ ସମୟରେ ଅଭିଯୁକ୍ତ ଗୋପାଳର ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଏପରିକି ଏଲଭିଏ ଟେଷ୍ଟର ତର୍ଜମା ଦିଲ୍ଲୀରେ କରାଯାଇଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ଓ ପାରିପାଶ୍ୱିର୍କ ସ୍ଥିତିର ଅନୁଧ୍ୟାନ ପରେ କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!