ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ ଜିଲ୍ଲା ଦଶପଲ୍ଲା ବିଜ୍ଞାପିତ ଅଂଚଳ ପରିଷଦ ଅନ୍ତର୍ଗତ ମାଳିସାହିରେ ଜଣେ ଯୁବତୀଙ୍କ ସନ୍ଦେହ ଜନକ ମୃତ୍ୟୁ ଘଟିଛି । ଗତକାଲି ରାତିରେ ଘରୁ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କରାଯାଇ ପ୍ରଥମେ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ କରାଯାଇଥିଲା । ଡାକ୍ତର ଯୁବତୀଙ୍କୁ ମୃତ ଘୋଷଣା କରିଥିବା ବେଳେ ପୁଲିସ ଶବ ଜବତ କରି ବ୍ୟବେଚ୍ଛଦ ପାଇଁ ପଠାଇଛି । ଅନ୍ୟପକ୍ଷେ, ଯୁବତୀ ଜଣଙ୍କୁ ହତ୍ୟା କରାଯାଇଥିବା ନେଇ ଦଶପଲ୍ଲାରେ ଚର୍ଚ୍ଚା ଜୋର ଧରିଛି ।






