Sunday, November 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡିଲେ ମୁଖ୍ୟ ପ୍ରଶାସକ

by ସଞ୍ଜୟ ସ୍ୱାଇଁ
June 1, 2020
in Feature News
ସ୍ନାନଯାତ୍ରା ଓ ଘୋଷଯାତ୍ରା ପାଇଁ ସହଯୋଗ ଲୋଡିଲେ ମୁଖ୍ୟ ପ୍ରଶାସକ
18
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ସ୍ନାନ ଯାତ୍ରା ସହିତ ମହାପ୍ରଭୁମାନଙ୍କର ଘୋଷଯାତ୍ରା କିଭଳି ସୁରୁଖୁରୁରେ ହେବ ସେଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର କ୍ରିଷନ କୁମାର ଆଜି ସମସ୍ତଙ୍କ ସହଯୋଗ ଲୋଡିଛନ୍ତି । ଅଧିକାରୀମାନଙ୍କ ସହିତ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ଡକ୍ଟର କୁମାର କହିଛନ୍ତି ଯେ ଶ୍ରୀଜଗନ୍ନାଥଙ୍କ ମୂଳପୀଠର କିଭଳି ବିଧି ରକ୍ଷାହେବ ସେଥିପାଇଁ ସମସ୍ତେ ସହଯୋଗ କରିବା ଆବଶ୍ୟକ । ଜୁଲାଇ ୫ ତାରିଖ ପର୍ଯ୍ୟନ୍ତ ଆମ ସମସ୍ତଙ୍କୁ ତ୍ୟାଗ କରିବାକୁ ପଡିବ । ବିଶେଷଭାବେ ପୁରୀରେ ଯେଭଳି କରୋନା ସଂକ୍ରମଣ ନହୁଏ ସେଥିପାଇଁ ସେ ପୁରୀବାସୀଙ୍କ ସହଯୋଗ କାମନା କରିଛନ୍ତି । ସ୍ନାନଯାତ୍ରା ଠାରୁ ନୀଳାଦ୍ରୀବିଜେ ପର୍ଯ୍ୟନ୍ତ ଯେଭଳି ଶ୍ରୀଜୀଉମାନଙ୍କ ସମସ୍ତ କାର୍ଯ୍ୟ ବିନା ବାଧାରେ ହେବ ସେଥିପାଇଁ ପୁରୀର ସମସ୍ତ ବାସିନ୍ଦାଙ୍କୁ ସହଯୋଗ କରିବାକୁ ସେ ନିବେଦନ କରିଛନ୍ତି । ଡକ୍ଟର କୁମାର କହିଛନ୍ତି ଯେ ସ୍ନାନପୂର୍ଣ୍ଣିମାରେ ନିୟୋଜିତ ସେବକଙ୍କ ମଧ୍ୟରୁ ଆଜିସୁଦ୍ଧା ୫୦ ପ୍ରତିଶତଙ୍କର କରୋନା ପରୀକ୍ଷା ସରିଥିବାବେଳେ ଅବଶିଷ୍ଟଙ୍କର ଦିନେ ଦୁଇଦିନ ମଧ୍ୟରେ ହୋଇଯିବ । ସଂକ୍ରମଣ ରୋକିବାପାଇଁ ଯେଉଁ ପଦକ୍ଷେପ ନିଆଯାଉଛି ତାହା ନିଶ୍ଚିତ ଭାବେ ସଫଳ ହେବ । ନିୟମ ମୁତାବକ ସାମାଜିକ ଦୂରତା ରକ୍ଷା କରାଯାଇ ସମସ୍ତ ନୀତିକାନ୍ତି କରିବାକୁ ଉଦ୍ୟମ ଅବ୍ୟାହତ ରହିଛି । ରଥ ତିଆରି କାର୍ଯ୍ୟରେ ମହାରଣା, ଭୋଇ ଓ ରୂପକାରଙ୍କ ସହିତ ଅନ୍ୟ ସେବକମାନଙ୍କ କାର୍ଯ୍ୟକୁ ମୁଖ୍ୟ ପ୍ରଶାସକ ପ୍ରଶଂସା କରିବା ସହିତ ସେମାନେ କିଭଳି ଦିନରାତି କାର୍ଯ୍ୟ କରୁଛନ୍ତି ତାହା ଉଲ୍ଲେଖ କରିଥିଲେ । ଏମାନଙ୍କ ତ୍ୟାଗ ଯୋଗୁଁ ସମସ୍ତ କାର୍ଯ୍ୟ ସୁରୁଖୁରୁରେ ଆଗେଇ ଚାଲିଥିବା ସେ ସୂଚନା ଦେଇଥିଲେ । ରଥ ନିର୍ମାଣ ନେଇ ମିଳିଥିବା ସୂଚନା ଅନୁଯାୟୀ ଆଜି ଗରଗରା ଖାପ କାମ ପରେ ପାଞ୍ଚ ଦଣ୍ଡା ଉପରେ ଫିଟିଙ୍ଗ କାଯାଇ ପୋଲ ଗୟଳ ଲଗାଯାଇଛି । ଭୂଇଁ ଚଉଡା କାଠାରେ ସାଲ ସହ ବିନ୍ଧ କାମ ସରିଥିବାବେଳେ ନାଗ ଗୋଡରେ ରୂପକାର ସେବକମାନେ ରାହୁ ରୂପ ଖୋଦେଇ କାମ ଜାରି ରଖିଛନ୍ତି । ଛନ୍ଦା ଗୟଳ ଚଉପଟ କାମ ଶେଷ ପର୍ଯ୍ୟାୟରେ ପହଞ୍ଚି ଥିବାବେଳେ ୧୪ ନାହାକା କାଠରେ ଚାରି କ’ଣ ଅଂଶ ମରା କାମ ସରିଛି । ଚାରି ନାହାକାକୁ ବାନ୍ଧି ରଖିବାପାଇଁ ‘ଢମକ’ ପ୍ରସ୍ତୁତ ଚାଲିଛି । ଓଝା ସେବକମାନେ ଗୟଳ ଲଗାଇବାପାଇଁ ଆବଶ୍ୟକ ମତେ ଗୟଳକଣ୍ଟା ରଥ ଖଳାକୁ ଯୋଗାଇ ଦେଇଥିବାବେଳେ ବର୍ତ୍ତମାନ ପୋଟଳ କଣ୍ଟା ପ୍ରସ୍ତୁତ ଚାଲିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!