Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସୌମ୍ୟରଂଜନ ମୃତ୍ୟୁ ମାମଲା, ହାଇକୋର୍ଟ ଗଲେ ପତ୍ନୀ ଓ ଡିଏଫଓ

by ସଞ୍ଜୟ ସ୍ୱାଇଁ
June 7, 2023
in Crime, State
ସୌମ୍ୟରଂଜନ ମୃତ୍ୟୁ ମାମଲା,  ହାଇକୋର୍ଟ ଗଲେ ପତ୍ନୀ ଓ ଡିଏଫଓ
339
VIEWS
Share on FacebookShare on Twitter

ପାରଳାଖେମୁଣ୍ଡି, (ବାଘୁଆବାର୍ତ୍ତା): ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେରେ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ତତ୍କାଳୀନ ପାରଳାଖେମୁଣ୍ଡି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଉଭୟ ହାଇକୋର୍ଟରେ ପୃଥକ ପୃଥକ ମାମଲା ଦାୟର କରିଛନ୍ତି। ଉଭୟ ମାମଲାରେ ରାଜ୍ୟ ସରକାର ଓ ସୌମ୍ୟରଂଜନଙ୍କ ବାପା ଅଭିରାମ ମହାପାତ୍ରଙ୍କୁ ପକ୍ଷଭୁକ୍ତ କରାଯାଇଛି। ଗତ ଏପ୍ରିଲ ମାସରେ ମୃତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ବାପା ଅଭିରାମ ମହାପାତ୍ର ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍ କୋର୍ଟରେ ଏକ ପ୍ରୋଟେଷ୍ଟ ପିଟିସନ ଫାଇଲ କରିଥିଲେ। ତାଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ମୃତ ସୌମ୍ୟରଞ୍ଜନଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା, ତତ୍‌କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ବିରୋଧରେ ଦଫା ୩୦୨ (ହତ୍ୟା) ଓ ୧୨୦/ବି (ଅପରାଧିକ ଷଡ଼ଯନ୍ତ୍ର)ରେ ‍ବିଚାର ଚାଲିବ ବୋଲି କହିଥିଲେ। ତା’ ସହିତ ଏହି ତିନି ଜଣଙ୍କୁ କୋର୍ଟରେ ହାଜର ହେବାକୁ ନୋଟିସ୍ କରିଥିଲେ। ସୌମ୍ୟରଞ୍ଜନଙ୍କ ବାପା ଅଭିରାମ ମହାପାତ୍ରଙ୍କ ଆବେଦନ, ରେକର୍ଡ କରାଯାଇଥିବା ସାକ୍ଷୀଙ୍କ ବୟାନ ଓ ତଦନ୍ତ ସମୟରେ ସଂଗ୍ରହ କରାଯାଇଥିବା ଅନ୍ୟାନ୍ୟ ଦସ୍ତାବିଜକୁ ତର୍ଜମା କରି ଅଦାଲତ ଏପରି ନିର୍ଦ୍ଦେଶ ଦେଇଥିଲେ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!