ଭୂବନେଶ୍ୱର,(ବାଘୁଆବାର୍ତ୍ତା ବ୍ୟୁରୋ): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୦୮ ରେ ପଂହଚିଛି । ସେଥିମଧ୍ୟରେ ୧୨୪ ଜଣ ସଂଗରୋଧ କେନ୍ଦ୍ରରେ ରହିଥିବା ବେଳେ ୬ ଟି ବାହ୍ୟ ପଜେଟିଭ ବୋଲି ସୂଚନା ମିଳିଛି । ସେଥିମଧ୍ୟରୁ କଟକ ଜିଲ୍ଲାରୁ ୨୩, ମୟୁରଭଂଜ ଓ ଖୋର୍ଦ୍ଧା ଜିଲ୍ଲାରୁ ୨୨ ଲେଖାଏଁ, କୋରାପୁଟ ୬, ବରଗଡ଼ ଓ ଭଦ୍ରକ ଜିଲ୍ଲାରୁ ୪ ଲେଖାଏଁ, ଗଞ୍ଜାମରୁ ୧୨, ସୁନ୍ଦରଗଡ଼ ଓ ଗଜପତି ଜିଲ୍ଲାରୁ ୭ ଲେଖାଏଁ, ବଲାଙ୍ଗିରି, ଯାଜପୁର, କଳାହାଣ୍ଡି, କନ୍ଧମାଳ ଜିଲ୍ଲାରୁ ୩ ଲେଖାଏଁ, କେନ୍ଦ୍ରାପଡ଼ା, କେନ୍ଦୁଝର, ଢେଙ୍କାନାଳ ଜିଲ୍ଲାରୁ ୨ ଲେଖାଏଁ, ପୁରୀ, ରାୟଗଡ଼ା, ଜଗତସିଂହପୁର, ଅନୁଗୁଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।






