Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତିନି ସାଙ୍ଗ ଢାବାରୁ ଖାଇ ଫେରୁଥିଲେ, ଦୁର୍ବୁତଙ୍କ ଗୁଳିମାଡ଼, ଟଳି ପଡିଲେ ଠିକାଦାର

by ସଞ୍ଜୟ ସ୍ୱାଇଁ
June 19, 2023
in Crime, State
ମାଛ ମାରୁଥିଲେ ମତ୍ସ୍ୟଜୀବୀ, ହଠାତ୍ ଗୁଳି ମାଡ଼ରେ ମୃତ୍ୟୁ
207
VIEWS
Share on FacebookShare on Twitter

ଟାଙ୍ଗୀ, (ବାଘୁଆବାର୍ତ୍ତା): ଦୁର୍ବୃତ୍ତଙ୍କ ଗୁଳିମାଡରେ ଟଳିପଡିଲେ ଠିକାଦାର। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଅଞ୍ଚଳରେ। ମୃତ ବ୍ୟକ୍ତି ଜଣଙ୍କ ହେଲେ ଟାଙ୍ଗୀ ଥାନା ରାଧାମୋହନପୁର ଗାଁର ରମେଶ ରାଉତ । ଗତକାଲି ରାତିରେ ରମେଶ ଓ ତାଙ୍କର ଦୁଇ ସାଙ୍ଗ ବାଇକ୍ ଯୋଗେ ଏକ ଢାବାକୁ ଖାଇବାକୁ ଯାଇଥିଲେ। ଖାଇ ସାରି ବାଇକରେ ଘରକୁ ଫେରିଲା ବେଳେ ଟାଙ୍ଗୀ ଥାନା ଚଣ୍ଡେଶ୍ୱର ଛକ ନିକଟ ମୁଣ୍ଡାଳ ରାସ୍ତାରେ ଦୁଇ ଜଣ ଦୁର୍ବୃତ୍ତ ବାଇକରେ ଆସି ସେମାନଙ୍କୁ ବାଟରେ ଅଟକାଇଥିଲେ। ପରେ ଜଣେ ଦୁର୍ବୃତ୍ତ ବନ୍ଧୁକ ଗାଡ଼ି ରମେଶଙ୍କ ଉପରକୁ ୩ ରାଉଣ୍ଡ ଗୁଳିମାଡ କରିଥିଲା। ରମେଶଙ୍କ ଦେହରେ ଦୁଇ ରାଉଣ୍ଡ ଗୁଳି ବାଜି ଥିବାବେଳେ ଅନ୍ୟ ରାଉଣ୍ଡ ଗୁଳିଟି ବାଜି ନଥିଲା। ଗୁଳିମାଡ଼ ପରେ ଦୁର୍ବୃତ୍ତମାନେ ସେଠାରୁ ଚମ୍ପଟ ମାରିଥିଲେ। ପରେ ତାଙ୍କର ଦୁଇ ସହଯୋଗୀ ରମେଶଙ୍କୁ ଆଣି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ରମେଶଙ୍କୁ ମୃତ ଘୋଷଣା କରିଥିଲେ। ତେବେ କେଉଁ କାରଣରୁ ରମେଶଙ୍କୁ ଗୁଳିମାଡ କଲେ ଦୁର୍ବୃତ୍ତ ତାହା ସ୍ପଷ୍ଟ ହୋଇନି। ଟାଙ୍ଗୀ ପୁଲିସ ମୁଣ୍ଡାଳ ରାସ୍ତାରେ ଲାଗିଥିବା ସିସିଟିଭି ଫୁଟେଜ ଆଧାରରେ ଘଟଣାର ତଦନ୍ତ କରୁଛି। ରମେଶଙ୍କର କାହା ସହିତ ପୂର୍ବ ଶତ୍ରୁତା ନଥିବା ତାଙ୍କ ପରିବାର ଲୋକେ କହିଛନ୍ତି। ଏନେଇ ପରିବାର ଲୋକେ ଥାନାରେ କାହା ନାଁରେ ଅଭିଯୋଗ କରି ନାହାନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!