Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବୃଦ୍ଧି ପାଇଲା ସ୍କୁଲ ଖୋଲିବା ଅବଧି

by ସଞ୍ଜୟ ସ୍ୱାଇଁ
June 20, 2023
in Education, State
ବୃଦ୍ଧି ପାଇଲା ସ୍କୁଲ ଖୋଲିବା ଅବଧି
665
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୋଳ, ସୁବର୍ଣ୍ଣପୁର ଓ ବଲାଙ୍ଗିର ଜିଲ୍ଲାକୁ ଛାଡ଼ି ବାକି ସବୁ ଜିଲ୍ଲାରେ ଆସନ୍ତାକାଲି ସ୍ୱାଭାବିକ ସମୟରେ ସ୍କୁଲ ଖୋଲିବାକୁ ସୋମବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ନିର୍ଦ୍ଦେଶ ଜାରି କରାଯାଇଥିଲା। ତା’ସହିତ ଏହି ୭ ଜିଲ୍ଲାର ଜିଲ୍ଲାପାଳମାନେ ଗ୍ରୀଷ୍ମପ୍ରବାହ ସ୍ଥିତିକୁ ଦେଖି ସକାଳୁଆ ସ୍କୁଲ ଖୋଲିପାରିବେ ବା ସମ୍ପୂର୍ଣ୍ଣ ବନ୍ଦ ରଖିପାରିବେ ବୋଲି କୁହାଯାଇଥିଲା। ଏହି କ୍ରମରେ ସୁବର୍ଣ୍ଣପୁର, ସୁନ୍ଦରଗଡ଼ ଓ ନୂଆପଡ଼ା ଜିଲ୍ଲାରେ ୨୩ ତାରିଖରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ୨୩ ଓ ୨୪ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ସ୍କୁଲ ସକାଳୁଆ ହେବ। ସକାଳ ସାଢ଼େ ୬ଟାରୁ ସାଢ଼େ ୯ ଯାଏ ସ୍କୁଲ ଚାଲିବ। ସାଢ଼େ ୮ଟାରୁ ୯ଟା ମଧ୍ୟରେ ମଧ୍ୟାହ୍ନ ଭୋଜନ ଦିଆଯିବ। ୨୫ ତାରିଖ ରବିବାର ପଡ଼ୁଥିବା ବେଳେ ୨୬ ତାରିଖରେ ଜିଲ୍ଲାର ସମସ୍ତ ସ୍କୁଲ ସ୍ୱାଭାବିକ ସମୟରେ ଚାଲିବ। ସୁନ୍ଦରଗଡ଼ ଜିଲ୍ଲାରେ ୨୩ ତାରିଖରୁ ସକାଳ ସାଢ଼େ ୬ଟାରୁ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ ଚାଲିବ। ୨୬ରୁ ସ୍ୱାଭାବିକ ସମୟରେ ସ୍କୁଲ ଖୋଲିବ। ସେହିପରି ନୂଆପଡ଼ା ଜିଲ୍ଲାରେ ସକାଳ ସାଢ଼େ ୬ଟାରୁ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ ଖୋଲିବ। ସାଢ଼େ ୮ଟାରୁ ୯ ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ ତାରିଖରୁ ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଏହି ସବୁ ଜିଲ୍ଲାରେ ୨୨ରୁ ୨୪ ତାରିଖ ଯାଏ ସ୍କୁଲ ଗୁଡ଼ିକ ସକାଳୁଆ ହେବ। ସମ୍ବଲପୁର ଓ ଝାରସୁଗୁଡ଼ାରେ ସକାଳ ସାଢ଼େ ୬ଟାରୁ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ ଚାଲିବ। ସେହିପରି ବଲାଙ୍ଗିରରେ ସାଢ଼େ ୬ଟାରୁ ସାଢ଼େ ୧୦ ପର‌୍ୟ୍ୟନ୍ତ ସ୍କୁଲ ଖୋଲିବ। ସମ୍ବଲପୁର, ଝାରସୁଗୁଡ଼ା ଓ ବଲାଙ୍ଗିର ଜିଲ୍ଲାରେ ୨୨ ତାରିଖରୁ ଖୋଲିବ ସ୍କୁଲ। ଗ୍ରୀଷ୍ମପ୍ରବାହ ପାଇଁ ୨୧ ତାରିଖ ପରିବର୍ତ୍ତେ ୨୨ରେ ସ୍କୁଲ ଖୋଲିବା ନେଇ ଦୁଇ ଜିଲ୍ଲାର ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ସମ୍ବଲପୁରରେ ୨୨ରୁ ୨୪ ତାରିଖ ପର‌୍ୟ୍ୟନ୍ତ ସକାଳୁଆ ସ୍କୁଲ ଚାଲିବ। ସାଢ଼େ ୬ରୁ କ୍ଲାସ ଆରମ୍ଭ ହୋଇ ଦିନ ୧୦ଟା ପର‌୍ୟ୍ୟନ୍ତ ଚାଲିବ। ୯ଟା ୩୦ରୁ ୧୦ଟା ମଧ୍ୟରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯିବ। ୨୬ତାରିଖଠାରୁ ନିୟମିତ ସମାୟାନୁସାରେ ସ୍କୁଲ ଚାଲିବ। ସେହିପରି ଝାରସୁଗୁଡ଼ା ଜିଲ୍ଲାରେ ୨୨ରୁ ସ୍କୁଲ ଖୋଲିବା ନେଇ ଜିଲ୍ଲାପାଳଙ୍କ ପକ୍ଷରୁ ନୋଟିସ ଜାରି କରାଯାଇଛି। ୨୨ରୁ ୨୪ ତାରିଖ ପର‌୍ୟ୍ୟନ୍ତ ସ୍କୁଲ ସକାଳୁଆ ଚାଲିବ। ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ପର‌୍ୟ୍ୟନ୍ତ ସ୍କୁଲ ଚାଲିବ। ବଲାଙ୍ଗିର ଜିଲ୍ଲାରେ ମଧ୍ୟ ୨୨ରୁ ୨୪ ତାରିଖ ଯାଏ ସକାଳୁଆ ସ୍କୁଲ ହେବ। ସକାଳ ୬ଟା ୩୦ରୁ ୧୦ଟା ୩୦ ଯାଏ ଚାଲିବ ସବୁ ସ୍କୁଲ। ଗ୍ରୀଷ୍ମ ଛୁଟିପରେ ଆସନ୍ତାକାଲି ସ୍କୁଲ ଖୋଲୁଛି। ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସୂଚନାଯୋଗ୍ୟ, ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସ୍କୁଲ ଗୁଡ଼ିକୁ ଜୁନ୍ ୧୯ତାରିଖ ପରିବର୍ତ୍ତେ ଜୁନ୍ ୨୧ ତାରିଖରେ ଖୋଲିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ତେବେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ଅନୁଗୁଳ, ସୁବର୍ଣ୍ଣପୁର ଓ ବଲାଙ୍ଗିର ଜିଲ୍ଲାରେ ଗ୍ରୀଷ୍ମପ୍ରବାହର ପରିସ୍ଥିତିକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳମାନେ ସକାଳୁଆ ସ୍କୁଲ କିମ୍ବା ସମ୍ପୂର୍ଣ୍ଣ ଛୁଟି ପାଇଁ ନିଷ୍ପତ୍ତି ନେଇପାରିବେ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!