Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଘୁଞ୍ଚିଲା +୨ ଆଡ୍‌ମିଶନ୍ ନିମନ୍ତେ ଆବେଦନ ତାରିଖ

by ସଞ୍ଜୟ ସ୍ୱାଇଁ
June 20, 2023
in Education, State
ଘୁଞ୍ଚିଲା +୨ ଆଡ୍‌ମିଶନ୍ ନିମନ୍ତେ ଆବେଦନ ତାରିଖ
172
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଚଳିତ ଶିକ୍ଷାବର୍ଷ ପାଇଁ ଯୁକ୍ତ ଦୁଇ ନାମଲେଖା ଆବେଦନ ତାରଖ ବୃଦ୍ଧି କରାଯାଇଛି। ଗତ ମେ ୨୯ ତାରିଖରୁ +୨ ଆଡ୍‌ମିଶନ୍ ନିମନ୍ତେ ଆବେଦନ ଆରମ୍ଭ କରାଯାଇଥିବା ବେଳେ ତାହା ଆଜି ଅର୍ଥାତ ୨୦ ତାରିଖରେ ଶେଷ ହେବ ହେବାର ଥିଲା। ଏହାକୁ ଆଜି ବୃଦ୍ଧି କରାଯିବା ନେଇ ଘୋଷଣା କରାଯାଇଛି। ସାମସ୍ ପୋର୍ଟାଲ୍‌ରେ ଆବେଦନ ତାରିଖ ୨୬ ଜୁନ୍ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯାହା ପରେ ଜୁଲାଇ ୨ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଅଭିଭାବକ, ଅଧ୍ୟକ୍ଷ ଏବଂ ଛାତ୍ରଛାତ୍ରୀମାନଙ୍କର ଅନୁରୋଧ କ୍ରମେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏକାଦଶ ଶ୍ରେଣୀ ପାଇଁ ସାମସ୍ (SAMS) ପୋର୍ଟାଲ (www.samsodisha.gov.in) ଜରିଆରେ ଆବେଦନ ତାରିଖକୁ ୨୦/୦୬/୨୦୨୩ ପରିବର୍ତ୍ତେ ୨୬/୦୬/୨୦୨୩ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ଏହି ପରିବର୍ତ୍ତିତ ସୂଚୀ ଅନୁଯାୟୀ ପ୍ରଥମ ମେଧା ତାଲିକା ୦୨/୦୭/୨୦୨୩ ଦିନ ପ୍ରକାଶ ପାଇବ ।ପ୍ରଥମ ପର୍ଯ୍ୟାୟ ଆଡ୍‌ମିଶନ୍ ଯଥାକ୍ରମେ ଜୁଲାଇ ୩ ତାରିଖରୁ ଆରମ୍ଭ ହୋଇ ଜୁଲାଇ ୮ ଯାଏଁ ଚାଲିବ। ଦ୍ଵିତୀୟ ମେଧା ତାଲିକା ଜୁଲାଇ ୧୬ ରେ ପ୍ରକାଶ କରାଯିବା ସହିତ ଏହାର ଆଡ୍‌ମିଶନ୍ ପ୍ରକ୍ରିୟା ୧୯ ତାରିଖ ସୁଦ୍ଧା ସଂପାଦନ କରାଯିବ । ସେହିପରି ଅନ୍‌ଲାଇନ୍ ସ୍କଟ୍ ଚୟନ ଆଡ୍‌ମିଶନ୍ ପ୍ରକ୍ରିୟା ଜୁଲାଇ ୧୭ ତାରିଖରୁ ଆରମ୍ଭ କରାଯାଇ ୨୭ ଜୁଲାଇ ସୁଦ୍ଧା ସଂପାଦନ କରାଯିବ । ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ଜୁଲାଇ ୨୯ ତାରିଖରୁ ଏକାଦଶ ଶ୍ରେଣୀର ପାଠପଢ଼ା ଆରମ୍ଭ କରାଯିବ । ଅଦ୍ୟାବଧୂ ସାମସ୍ ପୋର୍ଟାଲ ଜରିଆରେ ୪,୪୫,୮୮୭ ଜଣ ଆବେଦନକାରୀ ଯୁକ୍ତ-୨ ପାଠ୍ୟକ୍ରମ ପାଇଁ ଆବେଦନ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!