Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କୋଟିପତି ଲେଡି ଅଫିସରଙ୍କ ମାଳ ମାଳ କୋଠା, ବିମା ଓ ପୋଷ୍ଟାଲ ଜମା ୧ କୋଟି ୪୦ ଲକ୍ଷ

by ସଞ୍ଜୟ ସ୍ୱାଇଁ
June 22, 2023
in Crime, State
ଭିଜିଲାନ୍ସ ଜାଲରେ ଡିଏସଡବ୍ଲୁଓ, ୧୧ ସ୍ଥାନରେ ରେଡ୍
141
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭଦ୍ରକର ପୂର୍ବତନ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଜୟନ୍ତୀ ବେହେରାଙ୍କ ଦୁର୍ନୀତିର ଚେର ବହୁ ଗଭୀର ପର୍ଯ୍ୟନ୍ତ ଥିବା ଜଣାପଡ଼ିଛି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ ବେଳେ ଠାବ ହୋଇଛି ମାଳ ମାଳ କୋଠା ବାଡ଼ି ଓ ଜମି ପ୍ଲଟ୍‌। ବାଲେଶ୍ୱରରେ ରହିଛି ବହୁ ତଳ ବିଶିଷ୍ଟ ୩ଟି କୋଠା, ଭୁବନେଶ୍ୱରରେ ୨ଟି ଫ୍ଲାଟ୍‌ ଓ ୪ଟି ପ୍ଲଟ୍‌। ବ୍ୟାଙ୍କ, ବୀମା ଓ ପୋଷ୍ଟାଲ ଜମା ୧ କୋଟି ୪୦ ଲକ୍ଷ ଟଙ୍କାରୁ ଅଧିକ। ୨ କେଜି ରୂପା ବି ଜବତ ହୋଇଛି। ଏହାସହ ୨ ଲକ୍ଷ ୮୦ ହଜାର ନଗଦ ଟଙ୍କା ମଧ୍ୟ ଜବତ ହୋଇଛି। ବାଲେଶ୍ୱରରେ ୩ ମହଲା ବିଶିଷ୍ଟ ୨ଟି କୋଠା ଥିବାବେଳେ ଗୋଟିଏ ଦ୍ୱିତଳ ପ୍ରାସାଦ ବି ରହିଛି । ସେହିପରି ଭୁବନେଶ୍ୱର ଗୌତମ ନଗରରେ ୩ BHK ଫ୍ଲାଟ୍‌, ଓଲ୍ଡ ଟାଉନରେ ୩ BHK ଫ୍ଲାଟ୍‌ ଥିବା ଜଣାପଡ଼ିଛି । ବାଲେଶ୍ୱରରେ ୪ଟି ପ୍ଲଟ୍‌ ଥିବାବେଳେ ଅନ୍ୟ ବ୍ୟାଙ୍କ ଓ ବୀମାର ଭେରିଫିକେସନ ଚାଲିଥିବା ଭିଜିଲାନ୍ସ ପକ୍ଷରୁ ଜଣାପଡ଼ିଛି। ବର୍ତ୍ତମାନ ଜୟନ୍ତୀ ବେହେରା ଭୁବନେଶ୍ୱର ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ ଅବସ୍ଥାପିତ ଅଛନ୍ତି। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ରେଡ୍‌ ହୋଇଥିଲା। ବାଲେଶ୍ୱର, ଭଦ୍ରକ, ଭୁବନେଶ୍ୱରର ୧୧ଟି ସ୍ଥାନରେ ଏକକାଳୀନ ଚଢ଼ାଉ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!