Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍, ପଡୋଶୀଙ୍କ ଛାତ ଉପରେ ପୁଳା ପୁଳା ଟଙ୍କା, ସୁନା ଓ ସୁଟକେଶ ଜବତ

by ସଞ୍ଜୟ ସ୍ୱାଇଁ
June 23, 2023
in Crime, State
ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍,  ପଡୋଶୀଙ୍କ ଛାତ ଉପରେ ପୁଳା ପୁଳା ଟଙ୍କା, ସୁନା ଓ ସୁଟକେଶ ଜବତ
235
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ଘର ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ଚଢାଉ । ଭୁବନେଶ୍ୱର କାନନ ବିହାର ଘର ଛାତ ଉପରୁ ପଡୋଶୀ ଛାତକୁ ଫିଙ୍ଗି ଦିଆଗଲା ପେଟି ପେଟି ଟଙ୍କା । ଗୋଟିଏ ବ୍ରିଫ କେସ ଓ ୬ଟି ପେଟିରୁ ବିପୁଳ ଟଙ୍କା ଜବତ କରିଛି ଭିଜିଲାନ୍ସ । ଏହି ପେଟି ଗୁଡିକରେ ୫୦୦ ଟଙ୍କାର ବିଡା ବିଡା ନୋଟ୍ ଭର୍ତ୍ତି ହୋଇ ରହିଛି ।

ଭିଜିଲାନ୍ସ ଟିମ୍ ଚଢାଉ କରିବା ପାଇଁ ଆସିବା ବେଳେ ତରବରିଆ ଭାବେ ଏହି ଟଙ୍କା ଭର୍ତ୍ତି ପେଟି ଗୁଡିକ ପ୍ରଶାନ୍ତ ରାଉତଙ୍କ ଘରକୁ ଲାଗି ରହିଥିବା ଆଉ ଏକ ଘର ଛାତ ଉପରକୁ ଫିଙ୍ଗି ଦିଆଯାଇଥିଲା । ଏହି ସବୁକୁ ଜବତ କରିଛି ଭିଜିଲାନ୍ସ । ତେବେ ପଡୋଶୀ ଘର ସଦସ୍ୟ ଏନେଇ କିଛି ସ୍ପଷ୍ଟ ଉତ୍ତର ରଖିପାରିନାହାନ୍ତି ଯେ ଟଙ୍କା କେଉଁଠୁ ଆସିଲା ।

ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ରେଡ୍ କରୁଛି ଭିଜିଲାନ୍ସ । ଭଦ୍ରକ, ଭୁବନେଶ୍ୱର ସମେତ ୯ଟି ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ । ଭୁବନେଶ୍ୱର କାନନ ବିହାର ସ୍ଥିତ ଦୁଇ ମହଲା ବାସଭବନ, ନବରଙ୍ଗପୁର ସ୍ଥିତ ସରକାରୀ ବାସଭବନ ଓ କାର‌୍ୟ୍ୟାଳୟ, ଭଦ୍ରକର ବାହୁଡରଡ ସ୍ଥିତ ପୈତୃକ ବାସଭବନ ସମେତ ୯ଟି ସ୍ଥାନରେ ଚଢାଉ କରୁଛି ଭିଜିଲାନ୍ସ ଟିମ୍ । ରେଡ୍ରେ ୨ଆଡିସନାଲ ଏସପି, ୭ଡିଏସପି ଓ ୮ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!