Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାମିନ୍ ଆବେଦନ ଖାରଜ; ଜେଲ ଗଲେ କୋଟିପତି ବାବୁ

by ସଞ୍ଜୟ ସ୍ୱାଇଁ
June 24, 2023
in Crime, State
ଉପଜିଲ୍ଲାପାଳଙ୍କ ଘରେ ଭିଜିଲାନ୍ସ ରେଡ୍,  ପଡୋଶୀଙ୍କ ଛାତ ଉପରେ ପୁଳା ପୁଳା ଟଙ୍କା, ସୁନା ଓ ସୁଟକେଶ ଜବତ
109
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଜେଲ୍ ଗଲେ ନବରଙ୍ଗପୁର ଉପଜିଲ୍ଲାପାଳ ପ୍ରଶାନ୍ତ ରାଉତ। ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ସୁନ୍ଦରଗଡ଼ ଭିଜିଲାନ୍ସ ଅଦାଲତରେ ତାଙ୍କର ଜାମିନ ଖାରଜ ହେବା ପରେ ତାଙ୍କୁ ଜେଲ୍ ଯିବାକୁ ପଡ଼ିଛି। ତାଙ୍କୁ ଶନିବାର ଭିଜିଲାନ୍ସ କୋର୍ଟରେ ହାଜର କରାଇଥିଲା। ସୂଚନା ଥାଉକି, ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଶାନ୍ତଙ୍କୁ ଶନିବାର ପୂର୍ବାହ୍ଣରେ ଭିଜିଲାନ୍ସ ଗିରଫ କରିଥିଲା। ସୁନ୍ଦରଗଡ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟର ନିର୍ଦ୍ଦେଶ କ୍ରମେ ଗତ ୩ ଦିନ ଧରି ଅତିରିକ୍ତ ଉପ-ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ,ବାସଭବନ ସହିତ ୯ଟି ଜାଗାରେ ଚଢାଉ କରିଥିଲା ଭିଜିଲାନ୍ସ। ବର୍ତ୍ତମାନ ସୁଦ୍ଧା ୩ କୋଟିରୁ ଅଧିକ ନଗଦ ଟଙ୍କା ସହ ପ୍ରଶାନ୍ତଙ୍କ ବହୁ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକରୁ ଅନେକ ଗୁଡ଼ିଏ ଗୁରୁତ୍ୱପୂର୍ଣ୍ଣ କାଗଜ ପତ୍ର ଜବତ କରିଛି ଭିଜିଲାନ୍ସ। ଖବର ଅନୁସାରେ, ପ୍ରଥମେ ଆୟ ବହିର୍ଭୁତ ସମ୍ପତ୍ତି ଠୂଳ ଅଭିଯୋଗରେ ତାଙ୍କ ଘରେ ଚଢାଉ କରିଥିଲା ପୋଲିସ। ଶୁକ୍ରବାର ସକାଳୁ ସକାଳୁ ଭିଜିଲାନ୍ସ ଟିମ୍ ନବରଙ୍ଗପୁର ଅତିରିକ୍ତ ଉପଜିଲ୍ଲାପାଳ ପ୍ରଶାନ୍ତ କୁମାର ରାଉତଙ୍କ ରାଜଧାନୀର କାନନବିହାରରେ ଥିବା ବାସଭବନରେ ଚଢ଼ଉ କରିବାକୁ ପହଞ୍ଚିଥିଲା। ତେବେ ପ୍ରଶାନ୍ତ କୁମାର ରାଉତଙ୍କ ପଡୋଶୀଙ୍କ ଛାତ ଉପରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା। ଭିଜିଲାନ୍ସ ଟିମ୍ ଛାତ ଉପରୁ ବିଡ଼ାବିଡ଼ା ୫ଶହ ଟଙ୍କିଆ ଭର୍ତ୍ତି ୬ଟି ପ୍ୟାକେଟ୍ ଜବତ କରିଥିଲେ। ଭିଜିଲାନ୍ସ ଟିମ୍ ଆସିଥିବା ଜାଣି ସେ ଘରେ ନଥିଲେ, କିନ୍ତୁ ପରିବାର ଲୋକଙ୍କୁ ପଡ଼ୋଶୀଙ୍କ ଛାତକୁ ସେହି ୬ ପ୍ୟାକେଟ୍ ଟଙ୍କା ବିଡ଼ା ଫିଙ୍ଗିଦେବାକୁ କହି ଦେଇ ଯାଇଥିଲେ। ତେବେ ଟଙ୍କା ବିଷୟରେ କିଛି ଜାଣି ନଥିବା ଗଣମାଧ୍ୟମକୁ କହିଛନ୍ତି ପ୍ରଶାନ୍ତ କୁମାର ରାଉତଙ୍କ ପରିବାର ଲୋକେ। ଏନେଇ ଭିଜିଲାନ୍ସ ଟିମ ଖୋଳତାଡ଼ କରୁଛି। ଅନ୍ୟପଟେ ଚଢ଼ଉ ବେଳେ ତାଙ୍କ ଘରୁ ୨ କୋଟି ୨୫ ଲକ୍ଷ ଟଙ୍କାର ୫୦୦ ଟଙ୍କିଆ ବଣ୍ଡଲ ଜବତ ଜବତ ହେଇଛି। ଏହାସହ ସୁନା ଅଳଙ୍କାର, ସୁନା ବିସ୍କୁଟ ଓ ଅନେକ ଏଟିଏମ କାର୍ଡ ଜବତ କରାଯାଇଛି। ସେପଟେ ନବରଙ୍ଗପୁରରେ ଅନ୍ୟ ଏକ ସରକାରୀ ବାସଭବନରୁ ୭୭ ଲକ୍ଷ ଟଙ୍କାର ୫ ଶହ ଟଙ୍କିଆ ବିଡ଼ା ଜବତ ହୋଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!