Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ସାର୍ଟିଫିକେଟ୍‌, ବନ୍ଧା ହେଲେ ଶିକ୍ଷକ

by ସଞ୍ଜୟ ସ୍ୱାଇଁ
July 21, 2023
in Crime, State
ନକଲି ସାର୍ଟିଫିକେଟ୍‌, ବନ୍ଧା ହେଲେ ଶିକ୍ଷକ
136
VIEWS
Share on FacebookShare on Twitter

କୋରାପୁଟ, (ବାଘୁଆବାର୍ତ୍ତା): ନକଲି ସାର୍ଟିଫିକେଟ୍ ଦେଇ ଚାକିରି କରୁଥିଲେ ସାର୍‌। ଏବେ ଧରା ପଡ଼ି ଜେଲ୍ ଗଲେ। ଆଦିବାସୀ ଅଧ୍ୟୁଷିତ କୋରାପୁଟ ଜିଲ୍ଲାରୁ ଅସିଛି ଏପରି ଅଭିଯୋଗ। ବ୍ଲକ୍ ଶିକ୍ଷା ଅଧିକାରୀଙ୍କ ଅଭିଯୋଗ କ୍ରମେ ପୁଲିସ୍ ନକଲି ଶିକ୍ଷକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁଲିସ୍‌। ସୁବର୍ଣ୍ଣପୁର ଜିଲ୍ଲା ମାଣିକା ଗାଁର ନୀଳାମ୍ବର ସେଠୀ। ସେ ୨୦୧୧ ମସିହାରେ ଶିକ୍ଷା ସହାୟକ ଭାବେ କୋରାପୁଟ ଜିଲ୍ଲା ନନ୍ଦପୁର ବ୍ଲକର ଭେଜା ଗାଁ ବିଦ୍ୟାଳୟରେ ନିଯୁକ୍ତି ପାଇଥିଲେ। ସେହି ସମୟରେ ଶିକ୍ଷକ ଜଣକ ଚଣ୍ଡିଗଡ଼ ବିଶ୍ୱବିଦ୍ୟାଳୟରୁ ସିଟି ଓ ବିଇଡି କରିଥିବା ଜାଲ ପ୍ରମାଣପତ୍ର ଦାଖଲ କରିଥିଲେ। ଶ୍ରୀ ସେଠୀ ୨୦୧୧ ମସିହାରୁ ୨୦୧୮ ମସିହା ପର‌୍ୟ୍ୟନ୍ତ ଚାକିରି କରୁଥିଲେ ଓ ନିୟମିତ ଦରମା ପାଉଥିଲେ। ତେବେ ୨୦୧୯ ମସିହାରୁ ସେ ବିଦ୍ୟାଳୟକୁ ଆସୁନଥିଲେ। ସାର୍ଟିଫିକେଟ ଯାଞ୍ଚ କରିବାରୁ ଜାଲ ବୋଲି ଜଣାପଡ଼ିଥିଲା। ଏହା ପରେ ନନ୍ଦପୁର ବ୍ଲକ୍ ଶିକ୍ଷା ଅଧିକାରୀ ପାଡୁଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୁଲିସ୍ ନନ୍ଦପୁର ଅଞ୍ଚଳରୁ ସହକାରୀ ଶିକ୍ଷକ ନୀଳାମ୍ବର ସେଠୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ସୂଚନା ଦେଇଛନ୍ତି ନନ୍ଦପୁର ଏସ୍‌ଡିପିଓ ସଞ୍ଜୟ ମହାପାତ୍ର।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!