ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଓଟିପି ସେୟାରିଂ ଓ ଆତଙ୍କୀ ଲିଙ୍କ ମାମଲା । ଗିରଫ ଅଭିଯୁକ୍ତ ପଠାଣିସାମନ୍ତକୁ ରିମାଣ୍ଡରେ ନେବ ପଶ୍ଚିମବଙ୍ଗ STF । ଆଜିଠାରୁ ୫ ଦିନିଆ ରିମାଣ୍ଡରେ ନେଇପାରେ STF । ୭ ଦିନ ରିମାଣ୍ଡରେ ନେବା ପାଇଁ ଆବେଦନ କରିଥିଲା ପଶ୍ଚିମବଙ୍ଗ STF । ଗୁଡୁ କୁମାର ଲିଙ୍କରେ ହେବ ଅଧିକ ପଚରାଉଚରା । ସିଲିଗୁଡି ଥାନାରେ ପଠାଣିସାମନ୍ତ ନାଁ ରେ ପୂର୍ବରୁ ରହିଛି ମାମଲା । ରିମାଣ୍ଡ ସରିବା ପରେ ଝାରପଡା ଜେଲରେ ପଠାଣିସାମନ୍ତ କୁ ଜେରା କରିବ NIA । ପଠାଣିସାମନ୍ତ ଓ ଅଭିଜିତ ସଞ୍ଜୟ ଜାମ୍ବୁରଙ୍କୁ ହୋଇପାରେ ମୁହାଁମୁହିଁ ଜେରା । ଦୁବାଇ, ପାକିସ୍ତାନ ବୁଲିବାକୁ ଯାଇଥିଲେ ସଞ୍ଜୟ, ପଠାଣି ଓ ଗୁଡୁ ସେଠାରେ ଦେଶର କିଛି ଗୁଇନ୍ଦା ତଥ୍ୟ ଲିକ କରିଥିବା ନେଇ ମିଳିଛି ସୁରାକ୍ । ହନିଟ୍ରାପ୍ ଓ ପାକିସ୍ତାନ ଗୁଇନ୍ଦା ଏଜେଣ୍ଟ ଲିଙ୍କ ନେଇ ହେବ ଅଧିକ ପଚରାଉଚରା । ପୂର୍ବରୁ ଏ ନେଇ ଇଣ୍ଟେଲିଜେନ୍ସ ବ୍ୟୁରୋ ସହ ଯୋଗାଯୋଗ ରେ ରହିଛି STF । ଅଭିଯୁକ୍ତଙ୍କୁ ଜେରା କରିଛି ମୁମ୍ବାଈ ଆଣ୍ଟି ଟେରରିଷ୍ଟ ସ୍କ୍ବାର୍ଡ । ମୂଲ୍ୟ ଆକାଉଣ୍ଟ ଓ ପ୍ରି ଆକ୍ଟିଭେଟ ସିମ ଜରିଆରେ ଚଳାଇଥିଲେ କାରବାର । ଓଡିଶା STF ଅଭିଯୁକ୍ତଙ୍କୁ ଧରିବା ପରେ ପୁରା ଘଟଣାରୁ ଖୋଲୁଛି ଗୁମର ।





