ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟ ସରକାର ଆଜି ୧୯୫ ଜଣଙ୍କୁ ବିଭିନ୍ନ ସ୍ଥାନରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦାୟିତ୍ୱ ପ୍ରଦାନ କରିଛନ୍ତି । ଏହି କ୍ରମରେ ନୟାଗଡ଼ ଜିଲ୍ଲାରେ ୩ ଜଣ ପ୍ରଧାନଶିକ୍ଷକଙ୍କୁ ବ୍ଲକ ଶିକ୍ଷା ଅଧିକାରୀ ଦାୟିତ୍ୱ ପ୍ରଦାନ କରାଯାଇଛି । ନୟାଗଡ଼ ବିଇଓ ଭାବେ ମାନନ୍ଧାପୁର ଆଙ୍କୁଲେଇ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ ନିମାଇଁ ଚରଣ ପ୍ରଧାନଙ୍କୁ ଦାୟିତ୍ୱ ଦିଆଯାଇଛି । ସେହିଭଳି ଭାବେ ଫତେଗଡ଼ ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶଙ୍କର୍ଷଣ ଷଡ଼ଙ୍ଗୀଙ୍କୁ ଭାପୁର ବ୍ଲକ ଶିକ୍ଷା ଅଧିକାରୀ ଦାୟିତ୍ୱ ମିଳିଛି । ଖଣ୍ଡପଡ଼ା ବ୍ଲକ ଶିକ୍ଷା ଅଧିକାରୀ ଭାବେ ନୟାଗଡ଼ ଏନଏସି ହାଇସ୍କୁଲ ପ୍ରଧାନ ଶିକ୍ଷକ କୈଳାଶ କରଙ୍କ ଦାୟିତ୍ୱ ପ୍ରଦାନ କରାଯାଇଛି ।





