ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବଦଳିଲା ଯୁକ୍ତ ଦୁଇ ସିଲାବସ୍ ଏବଂ ପରୀକ୍ଷା ପ୍ରଣାଳୀ। ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ଜୀବ ବିଜ୍ଞାନର କିଛି ଅଧ୍ୟାୟକୁ ବାଦ ଦିଆଯାଇଛି। ୨୦୨୪ କାଉନସିଲ ପରୀକ୍ଷା ନୂଆ ସିଲବସ ଅନୁଯାୟୀ ହେବ। CBSE ବାଦ ଦେଇଥିବା ଅଧ୍ୟାୟକୁ ଆଧାର କରି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ଏକାଡେମିକ୍ କମିଟି ନୂଆ ସିଲାବସ୍ ଉପରେ ମୋହର ମାରିଛି। ଏହାସହ ଏଣିକି ୩ଟି ତ୍ରୈମାସିକ ପରୀକ୍ଷା ବଦଳରେ ୨ଟି ଇଣ୍ଟରନାଲ୍ ପରୀକ୍ଷା ହେବ। ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ କାଉନସିଲ ପରୀକ୍ଷାରୁ ୮୦% ମାର୍କ ଓ ଇଣ୍ଟରନାଲ୍ ପରୀକ୍ଷାରୁ ୨୦% ମାର୍କ ଆଧାରରେ ଛାତ୍ରଛାତ୍ରୀ ମାର୍କ ପାଇବେ। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବିଜ୍ଞପ୍ତି ପ୍ରକାଶ କରିଛି। ତେବେ କଳା ଓ ବାଣିଜ୍ୟ ବିଭାଗରେ ସିଲାବସ ପରିବର୍ତ୍ତନ ହୋଇନି ।





