Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ

by ସଞ୍ଜୟ ସ୍ୱାଇଁ
August 8, 2023
in Crime, State
ଆସିଲା ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ
417
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଭୁବନେଶ୍ୱର ଦୀପାଳି ବାର୍ ଓ ହୋଟେଲରେ ରମାଦେବୀ ଛାତ୍ରୀ ଶୁଭଲକ୍ଷ୍ମୀ ସାହୁଙ୍କ ମୃତ୍ୟୁକୁ ନେଇ ସସପେନ୍ସ ଜାରି ରହିଛି। ଏହି ସମୟରେ ଆସିଛି ଶୁଭଲକ୍ଷ୍ମୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ। ଶ୍ୱାସରୁଦ୍ଧ ହୋଇ ଶୁଭଲକ୍ଷ୍ମୀଙ୍କ ଜୀବନ ଯାଇଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ତେବେ ମୃତ୍ୟୁର ଅସଲି କାରଣ ଜାଣିବା ପାଇଁ ଭିସେରା ଫୋରେନସିକ ଲ୍ୟାବ୍‌କୁ ପଠାଯାଇଛି। ଘଟଣା ଦିନ ଶୁଭଲକ୍ଷ୍ମୀ ନିଶା ସେବନ କରିଥିଲେ କି ନା ବିଷକ୍ରିୟା ଯୋଗୁ ତାଙ୍କର ମୃତ୍ୟୁ ହୋଇଛି ତାହା ଜାଣିବାକୁ ଫୋରେନସିକ ଲ୍ୟାବ୍‌କୁ ଭିସେରା ପଠାଯାଇଛି। ତେବେ ଭିସେରା ରିପୋର୍ଟ ଆସିଲେ ଶୁଭଲକ୍ଷ୍ମୀଙ୍କର ମୃତ୍ୟୁ କିପରି ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି। ଶୁଭଲକ୍ଷ୍ମୀ ମୃତ୍ୟୁ ଘଟଣାରେ ତାଙ୍କ ପରିବାର ଲୋକ ଓ ସାଙ୍ଗସାଥୀଙ୍କୁ ମିଶାଇ ୧୦ରୁ ଅଧିକ ଲୋକଙ୍କୁ ଲକ୍ଷ୍ମୀସାଗର ଥାନା ପୁଲିସ ପଚରାଉଚରା କରିଛି। ଏଥିସହ ଶୁଭଲକ୍ଷ୍ମୀଙ୍କ ପୁରୁଷ ବନ୍ଧୁଙ୍କ ଡାକି ପଚରାଉଚରା କରିଥିବା ଜଣାପଡ଼ିଛି। ହେଲେ ପୁରୁଷ ବନ୍ଧୁ ଶୁଭଲକ୍ଷ୍ମୀଙ୍କ ମୃତ୍ୟୁ ଘଟଣାକୁ ନେଇ ପୁଲିସ ଆଗରେ ମୁହଁ ଖୋଲିନାହାନ୍ତି। ୧୫ରୁ ୨୦ ଦିନ ତଳେ ପୁରୁଷ ବନ୍ଧୁଙ୍କ ସହ ଶୁଭଲକ୍ଷ୍ମୀଙ୍କର ବ୍ରେକଅପ୍ ହୋଇଯାଇଥିଲା। ଗତ ଶନିବାର ଦିନ ହୋଟେଲ ରୁମ ଭିତରୁ ଶୁଭଲକ୍ଷ୍ମୀଙ୍କ ଝୁଲନ୍ତା ମୃତଦେହ ମିଳିଥିଲା। ଶୁଭଲକ୍ଷ୍ମୀ ଶୁକ୍ରବାର ରାତି ପ୍ରାୟ ୩ଟା ୨୦ରେ ହୋଟେଲକୁ ଆସିଥିଲେ। ସେ ୨୦୫ ନମ୍ବର ରୁମ୍ ବୁକ୍ କରି ସେଠାରେ ବିଶ୍ରାମ ନେବାକୁ ଯାଇଥିଲେ। କିନ୍ତୁ ଶନିବାର ସକାଳେ କି ମଧ୍ୟାହ୍ନ ସମୟରେ କବାଟ ନ ଖୋଲିବାରୁ ସନ୍ଦେହ ବଢ଼ିଥିଲା। ଏହାପରେ ସେ ପୁଲିସ୍‌କୁ ଖବର ଦେଇଥିଲେ। ପୁଲିସ ଆସି ରୁମର କବାଟ ଭାଙ୍ଗିବା ପରେ ଫ୍ୟାନରେ ଝୁଲନ୍ତା ଅବସ୍ଥାରେ ଥିବା ଶୁଭଲକ୍ଷ୍ମୀଙ୍କର ମୃତଦେହ ଉଦ୍ଧାର କରାଯାଇଥିଲା। ପ୍ରାଥମିକ ଅବସ୍ଥାରେ ଶୁଭଲକ୍ଷ୍ମୀ ଆତ୍ମହତ୍ୟା କରିଥିବା କୁହାଯାଉଥିଲା। କିନ୍ତୁ ତାଙ୍କ ବାପା ଶୁଭଲକ୍ଷ୍ମୀଙ୍କୁ ହତ୍ୟା କରାଯାଇଛି ବୋଲି ଅଭିଯୋଗ ଆଣିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!