Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନକଲି ସାର୍ଟିଫିକେଟ ମାମଲା, ରିମାଣ୍ଡରେ ଯିବେ ଅଧ୍ୟାପକ

by ସଞ୍ଜୟ ସ୍ୱାଇଁ
August 8, 2023
in Crime, State
ନକଲି ସାର୍ଟିଫିକେଟ ମାମଲା, ରିମାଣ୍ଡରେ ଯିବେ ଅଧ୍ୟାପକ
139
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ଖୋର୍ଦ୍ଧାରେ ନକଲି ସାର୍ଟିଫିକେଟ ମାମଲାରେ ଗିରଫ ଅଧ୍ୟାପକ ରିମାଣ୍ଡରେ ଯିବେ । ତାଂକୁ ରିମାଣ୍ଡରେ ଆଣିବା ପାଇଁ ଖୋର୍ଦ୍ଧା ପୋଲିସ ଏସଡିଜେଏମ କୋର୍ଟରେ ଆବେନ କରିଛି । ଏହି ନକଲି ସାର୍ଟିଫିକେଟ କାରବାରରେ ଏକ ବଡ଼ ରାକେଟ ରହିଛି । ରାକେଟର ଅନ୍ୟମାନଂକୁ ଧରିବା ପାଇଁ ପୋଲିସ ବିଭିନ୍ନ ସ୍ଥାନରେ ଚଢ଼ାଉ କରୁଛି । ଏନେଇ ଖୋର୍ଦ୍ଧା ଏସ୍ ପି ସିଦ୍ଧାର୍ଥ କଟାରିୟା ସୂଚନା ଦେଇଛନ୍ତି । ଗତ ୩ ତାରିଖରେ ଖୋର୍ଦ୍ଧା କାଇପଦର ଶ୍ରୀଜଗନ୍ନାଥ ମହାବିଦ୍ୟାଳୟର ଅଧ୍ୟାପକ ତପନ ପୃଷ୍ଟିଙ୍କୁ ପୋଲିସ ଗିରଫ କରିଥିଲା । ଗିରଫ ପରେ ଏବେ କଲେଜ କର୍ତ୍ତୃପକ୍ଷ ମୁହଁ ଖୋଲିଛନ୍ତି । ସଦର ଥାନା ଦଧିମାଛଗାଡ଼ିଆ ଅଞ୍ଚଳର ଛାତ୍ର ଅଭିଷେକ ସାମନ୍ତରାୟ ଚଳିତ ଯୁକ୍ତ ଦୁଇ କଳା ପରୀକ୍ଷାରେ ଫେଲ ହୋଇ ଯାଇଥିଲେ। ତେବେ ଅଭିଷେକ ପାସ ସାର୍ଟିଫିକେଟ ପାଇଁ ଅଧ୍ୟାପକ ତପନ ପୃଷ୍ଟିଂଙ୍କୁ ୩୩ ହଜାର ଟଙ୍କା ଦେଇଥିଲେ । ଏହାପରେ ତପନ ତାଙ୍କୁ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟର ପାସ ସାର୍ଟିଫିକେଟ ଦେଇଥିଲେ । ପରବର୍ତ୍ତୀ ସମୟରେ ଯାଞ୍ଚ କରିବାରୁ ଉକ୍ତ ସାର୍ଟିଫିକେଟ ନକଲି ବୋଲି ଜାଣିବାକୁ ପାଇଥିଲେ ଅଭିଷେକ । ଏନେଇ ସଦର ଥାନାରେ ଅଭିଯୋଗ କରିଥିଲେ । ଏହି ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ତପନଙ୍କୁ ଖୋର୍ଦ୍ଧା ପୋଲିସ ଗିରଫ କରିଛି । ତେବେ ତପନ ରାଷ୍ଟ୍ରୀୟ ମୁକ୍ତ ବିଦ୍ୟାଳୟ ନାଁରେ ନକଲି ଦସ୍ତାବିଜ ତିଆରି କରି ବିପୁଳ ଅର୍ଥ ଉପାର୍ଜନ କରୁଥିବାର ତଦନ୍ତ ବେଳେ ଜଣାପଡିଛି । ତାଙ୍କ ନିକଟରୁ ପୋଲିସ ବହୁ ଆପତ୍ତିଜନକ ସାମଗ୍ରୀ ଜବତ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!