ଭୁବନେଶ୍ୱର, (ବାଘୁଆବାର୍ତ୍ତା): ସରକାରୀ ପାଣ୍ଠି ଆତ୍ମସାତ କରିଥିବା ଅଭିଯୋଗରେ ସ୍ପେଶାଲ କ୍ଲାସ କଣ୍ଟ୍ରାକ୍ଟର ବିଜୟ କୁମାର ଅଗ୍ରୱାଲ ଓ ତାଙ୍କ ପାୱାର ଅଫ୍ ଆଟର୍ଣ୍ଣି ଦୀପକ କୁମାର ଅଗ୍ରୱାଲଙ୍କୁ ଗିରଫ କରାଯାଇଛି। ଦୁଇ ଠିକାଦାରଙ୍କୁ ଭିଜିଲାନ୍ସ ଗିରଫ କରିଛି। ସୋନପୁର ଜିଲ୍ଲାରେ ଅନୁସୂଚିତ ଜାତିର ଛାତ୍ରଙ୍କ ପାଇଁ ୪ଟି ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ ପାଇଁ ଆସିଥିବା ଅର୍ଥ ସେମାନେ ଆତ୍ମସାତ କରିଥିବା ଅଭିଯୋଗ ହୋଇଥିଲା । ଏହି କାମରେ ଅର୍ଥ ହେରଫେର ଅଭିଯୋଗରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ପୂର୍ବରୁ ଭିଜିଲାନ୍ସ ତଦନ୍ତ ଆରମ୍ଭ ପରେ ବିଜୟ ଓ ଦୀପକ ବଳାଙ୍ଗୀର ବାସଭବନରୁ ଫେରାର ହୋଇଯାଇଥିଲେ । ରାଉରକେଲାରୁ ଉଭୟଙ୍କୁ ଭିଜିଲାନ୍ସ ଗିରଫ କରିଛି । ଏବେ ଉଭୟଙ୍କୁ କଟକସ୍ଥିତ ଭିଜିଲାନ୍ସ ଅଫିସକୁ ଆଣି ପଚାରାଉଚରା କରାଯାଉଛି ।





