Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ବେଣାଗାଡ଼ିଆ ହତ୍ୟା ଘଟଣା, ସାନଭାଇ ଗିରଫ

by Anil Panda
June 22, 2020
in Breaking
17
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଗତ ୨୦୨୦ ମସିହା ଜାନୁୟାରୀ ୨୫ ତାରିଖ ସନ୍ଧ୍ୟା ୯ଟା ସମୟରେ ଖଣ୍ଡପଡ଼ା ଥାନା ଅଧିନ ବେଣାଗାଡ଼ିଆ ଗ୍ରାମରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ ଘଟଣାରେ ବେଣାଗାଡ଼ିଆ ଗ୍ରାମର ପ୍ରମୋଦ ଦାସ(୫୧)ଙ୍କର ଅକାଳ ମୃତ୍ୟୁ ହୋଇଥିଲା । ବେଣାଗାଡ଼ିଆ ବଜାର ମଧ୍ୟରେ ପ୍ରମୋଦ ଛିଡ଼ା ହୋଇଥିବା ବେଳେ ନିକଟସ୍ଥ କାଦୁଆ ଗ୍ରାମର ରମା ବେହେରା, ତାର ପୁଅ ଶିବ ଓ ୨ଜଣ ସହଯୋଗୀ ହଠାତ୍ ସେଠାରେ ପହଁଚି ଅତର୍କିତ ଭାବେ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ କରିବାରୁ ଘଟଣାସ୍ଥଳରେ ପ୍ରମୋଦଙ୍କର ମୃତ୍ୟୁ ହୋଇଥିଲା । ତେବେ ଘଟଣା ପରଠାରୁ ଅଭିଯୁକ୍ତମାନେ ଫେରାର ଥିବାରୁ ପୋଲିସ ସେମାନଙ୍କୁ ଗିରଫ କରି ପାରିନଥିଲା । ଗତ ୨ଦିନ ତଳେ ମରଣାନ୍ତକ ଆକ୍ରମଣ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ପୋଲିସ ସ୍ଥାନୀୟ ଅଂଚଳରୁ ମୃତ ପ୍ରମୋଦଙ୍କ ସାନଭାଇ ପ୍ରଦୀପ ଦାସଙ୍କୁ ଗିରଫ କରି ଖଣ୍ଡପଡ଼ା ଥାନାରେ ଅଟକ ରଖି ଘଟଣାର ଖୋଳତାଡ଼ କରିଥିଲା । ସୋମବାର ପ୍ରଦୀପକୁ କୋର୍ଟ ଚାଲାଣ କରାଯାଇଥିବା ବେଳେ ସେଠାରୁ ତାକୁ ଖଣ୍ଡପଡ଼ା ସବଜେଲକୁ ପଠାଇ ଦିଆଯାଇଥିବା ଜଣାପଡିଛି । ସୂଚନାଯୋଗ୍ୟ ଘଟଣାର ୪ମାସ ପରେ ଖଣ୍ଡପଡା ପୋଲିସ ଉପରୋକ୍ତ ଘଟଣାରେ ସଂପୃକ୍ତ ଥିବା ଅଭିଯୋଗରେ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିବା ବେଳେ ଏବେବି ଅନ୍ୟ ଅଭିଯୁକ୍ତମାନେ ଫେରାରଥିବା ପୋଲିସ ସୂଚନାଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!