Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁରୀରୁ ବ୍ରାଉନ ସୁଗାର ଜବତ, ୪ ଗିରଫ

by ସଞ୍ଜୟ ସ୍ୱାଇଁ
August 31, 2023
in Crime, State
ପୁରୀରୁ ବ୍ରାଉନ ସୁଗାର ଜବତ, ୪ ଗିରଫ
87
VIEWS
Share on FacebookShare on Twitter

ପୁରୀ, (ବାଘୁଆବାର୍ତ୍ତା): ପୁଣି ପୁରୀରୁ ଜବତ ହେଲା ବ୍ରାଉନ ସୁଗାର। ଚାରିଜଣ ବ୍ରାଉନ ସୁଗାର ବେପାରୀଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୁରୀ ପୋଲିସ। କୁମ୍ଭାରପଡ଼ା ଓ ତାଳବଣିଆ ଥାନା ପୋଲିସ ବାନାମ୍ବର ଛକ ଓ ହୁଳୁହୁଳିଆ ବ୍ରିଜରେ ଚଢ଼ାଉ କରି ଚାରିଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ସେମାନଙ୍କ ଠାରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଏଥିସହ ଦୁଇଟି ମୋବାଇଲ, ଗୋଟିଏ କେଟିଏମ୍ ବାଇକ୍ ଓ ନଗଦ ୪୨୦୦ ଟଙ୍କା ଜବତ କରିଛି ପୋଲିସ। ଜବତ ବ୍ରାଉନ ସୁଗାରର ଆନୁମାନିକ ବଜାର ମୂଲ୍ୟ ୧ ଲକ୍ଷ ୭୦ ହଜାର ଟଙ୍କା ହେବ ବୋଲି ପୋଲିସ ଅନୁମାନ କରିଛି। ଗିରଫ ଅଭିଯୁକ୍ତ ହେଉଛନ୍ତି ମାନସ ରାଓ, ଆଶୁତୋଷ ବେହେରା, କୃଷ୍ଣଚନ୍ଦ୍ର ନାଥ ଓ ସରୋଜ ପଟ୍ଟନାୟକ। ଏହି ଅଭିଯୁକ୍ତଙ୍କ ପୋଲିସ ଆଜି ଗିରଫ କରି କୋର୍ଟ ଚାଲାଣ କରିଛି। ସହରକୁ ଅପରାଧ ମୁକ୍ତ ସହ ନିଶା କାରବାର ଉପରେ ରୋକ ଲଗାଇବା ପାଇଁ ପୁରୀ ପୋଲିସ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଉଥିବା କୁମ୍ଭାରପଡ଼ା ଥାନାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସିଟି ଡିଏସପି ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!