Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆରଟିଓ ପରିଚୟ ଦେଇ ବଟି ଆଦାୟ, ୩ ଜଣଙ୍କୁ ବାନ୍ଧିଲା ପୁଲିସ

by ସଞ୍ଜୟ ସ୍ୱାଇଁ
September 6, 2023
in Crime, State
ଆରଟିଓ ପରିଚୟ ଦେଇ ବଟି ଆଦାୟ, ୩ ଜଣଙ୍କୁ ବାନ୍ଧିଲା ପୁଲିସ
146
VIEWS
Share on FacebookShare on Twitter

ରାଉରକେଲା, (ବାଘୁଆବାର୍ତ୍ତା): ଆରଟିଓର ପରିଚୟ ଦେଖାଇ ବଟି ଆଦାୟ କରିବା ମାମଲାରେ ତିନି ଯୁବକ ଗିରଫ । ଓଡ଼ିଶା-ଝାଡ଼ଖଣ୍ଡ ସୀମାରେ ଟ୍ରକ ଡ୍ରାଇଭରଙ୍କ ଠାରୁ ଏମାନେ ବଟି ଆଦାୟ କରୁଥିବା ଅଭିଯୋଗ ରହିଛି । ଝାଡ଼ଖଣ୍ଡର ଠେଠେଇଟାଙ୍ଗର ପୁଲିସ ତିନି ଯୁବକଙ୍କୁ ଗିରଫ କରି ସିମଡେଗା ଜେଲକୁ ପଠାଇ ଦେଇଛି । ସୂଚନା ଅନୁସାରେ ଝାଡ଼ଖଣ୍ଡ ସୀମାନ୍ତ ସୁନ୍ଦରଗଡ଼ ଜିଲ୍ଲାର କୁତ୍ରାରୁ ରାଞ୍ଚି ଯାଉଥିବା ରାସ୍ତାରେ ପରିବହନ ଅଧିକାରୀଙ୍କ ପରିଚୟ ଦେଇ ଯାନବାହାନ ଚେକିଙ୍ଗ କରି ଅର୍ଥ ଆଦାୟ କରୁଥିବା ୩ ଜଣଙ୍କୁ ଗିରଫ କରିଛି ଝାଡ଼ଖଣ୍ଡର ଠେଠେଇଟାଙ୍ଗର ଥାନା ପୋଲିସ। ଅଭିଯୁକ୍ତ ୩ଜଣ ହେଲେ ସୁନ୍ଦରଗଡର ଜୟପ୍ରକାଶ ଗୁପ୍ତା, ଅନୁଗୋଳର ପ୍ରବୀଣ ପ୍ରଧାନ ଓ ଟୁଟୁ ଦେହୁରୀ। ପୋଲିସ ଅଭିଯୁକ୍ତମାନଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିବା ସୂଚନା ମିଳିଛି। ଗ୍ୟାଙ୍ଗରେ ଅନ୍ୟ କେଉଁମାନେ ଅଛନ୍ତି, ପୋଲିସ ତା’ର ତଦନ୍ତ ଚଳାଇଛି । ତିନି ଯୁବକ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଜାତୀୟ ରାଜପଥର ଆମ୍ବାପାଣି ଜଙ୍ଗଲ ନିକଟରେ ଗତକାଲି ରାତିରେ ପହଞ୍ଚିଥିଲେ । ନିଜକୁ ସୁନ୍ଦରଗଡ଼ର ଆରଟିଓ ଓ ସ୍ଥାନୀୟ ପୁଲିସ ପରିଚୟ ଦେଇ ଓଡ଼ିଶାରୁ ଝାଡ଼ଖଣ୍ଡ ଓ ଝାଡ଼ଖଣ୍ଡରୁ ଓଡ଼ିଶା ଆସୁଥିବା ଟ୍ରକଗୁଡ଼ିକର କାଗଜପତ୍ର ଯାଞ୍ଚ କରିଥିଲେ । ଏହାପରେ କାଗଜପତ୍ରର ବିଭିନ୍ନ ତ୍ରୁଟି ଆଳ ଦେଖାଇ ଟ୍ରକ ଡ୍ରାଇଭରଙ୍କ ଠାରୁ ମୋଟା ଅଙ୍କର ବଟି ଆଦାୟ କରୁଥିଲେ । ପୋଲିସ ଟିମ୍ କେନ୍ଦୁଡିହିରେ ପହଞ୍ଚି ତିନି ଜଣଙ୍କୁ ଘଟଣାସ୍ଥଳରୁ ଗିରଫ କରିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!