Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାମୁସାହି କଣ୍ଟେନମେଣ୍ଟ, କଟକଣା ଭିତରେ ଯଦୁମଣୀନଗର : ଜିଲ୍ଲାପାଳ

by Anil Panda
June 25, 2020
in Breaking
ଜାମୁସାହି କଣ୍ଟେନମେଣ୍ଟ, କଟକଣା ଭିତରେ ଯଦୁମଣୀନଗର : ଜିଲ୍ଲାପାଳ
24
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଓଡ଼ିଶାରେ କରୋନା ଆକ୍ରାନ୍ତ ସଂଖ୍ୟା ଭୟାବହ ଭାବେ ବଢ଼ି ଚାଲିଛି । ରାଜ୍ୟରେ ନୂଆ ୨୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯୬୨ ରେ ପଂହଚିଛି । ଏଥିମଧ୍ୟରେ ନୟାଗଡ଼ ଜିଲ୍ଲାରୁ ୩ ଜଣ ବାହ୍ୟ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସରକାର ସୂଚନା ଦେଇଛନ୍ତି । ଗତକାଲି ଏନେଇ ଜିଲ୍ଲାକୁ ସୂଚନା ଆସିଥିବା ବେଳେ ଏହାକୁ ନେଇ ପ୍ରଶାସନର ଚିନ୍ତା ବଢ଼ିଛି । ଏମାନଙ୍କ ମଧ୍ୟରେ ନୟାଗଡ଼ ସହର ଦେବୋତ୍ତର କଲୋନୀର ଜଣେ , ଯଦୁମଣୀନଗର ଜଣେ ଏବଂ ନୟାଗଡ଼ ନିକଟସ୍ଥ ଜାମୁସାହିର ଜଣେ ଚିହ୍ନଟ ହୋଇଛନ୍ତି । ଏହି ତିନିଜଣ ସହରରୁ ଚିହ୍ନଟ ହୋଇଥିବା ସୁନା ବ୍ୟବସାୟୀଙ୍କ ପରିବାର ସଦସ୍ୟଙ୍କ ସଂସ୍ପର୍ଶରେ ଆସିଥିବା ଜଣାଯାଇଛି । ଏଥିମଧ୍ୟରୁ ଜାମୁସାହିରୁ ଚିହ୍ନଟ ହୋଇଥିବା ବ୍ୟକ୍ତି ସୁନା ଦୋକାନ କର୍ମଚାରୀ ବୋଲି ସୂଚନା ମିଳିଛି । ଏହି ବ୍ୟକ୍ତି ତାଙ୍କ ଗ୍ରାମରେ ଅନେକ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାଯାଇଛି । ଯାହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିବା ବେଳେ ଜିଲ୍ଲାପାଳ ଡ. ପୋମା ଟୁଡୁ ଜାମୁସାହିକୁ କଣ୍ଟେନମେଣ୍ଟ ଘୋଷଣା କରିଛନ୍ତି । ଆଜି ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ସେହିପରି ଭାବେ ଦେବୋତ୍ତର କଲୋନୀ ଏବଂ ଯଦୁମଣୀ ନଗରରେ ସୁନା ବ୍ୟବସାୟୀଲିଙ୍କ ଥିବାରୁ ଯଦୁମଣୀନଗର ପାଇଁ କଟକଣା କରାଯାଇଛି । ଅନ୍ୟପକ୍ଷେ, ଏହି ଅଂଚଳରୁ ପ୍ରଶାସନ ପକ୍ଷରୁ ବିଶୋଧନ କରାଯିବ ଏବଂ ରାପିଡ୍ ସ୍ୱାବ ପରୀକ୍ଷା କରାଯିବ ବୋଲି ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଯେପରି ଏହି ଅଂଚଳବାସୀ ବାହାରକୁ ନବାହରିବେ ଏବଂ ବାହାର ଲୋକ ଏହି ଅଂଚଳକୁ ପ୍ରବେଶ ନକରିବେ ସେ ନେଇ ଦୃଷ୍ଟି ଦିଆଯିବ ବୋଲି ଜଣାଯାଇଛି । ଏହି ସମ୍ବାଦିକ ସମ୍ମିଳନୀରେ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ, ପ୍ରକଳ୍ପ ନିର୍ଦ୍ଦେଶକ ସୁବାଷ ଚନ୍ଦ୍ର ରାୟ, ଉପଜିଲ୍ଲାପାଳ ଲଗ୍ନଜିତ ରାଉତ, ବନଖଣ୍ଡ ଅଧିକାରୀ ଧନରାଜ୍ ଏଚ୍‌ଡି, ସୂଚନା ଓ ଲୋକ ସଂମ୍ପର୍କ ଅଧିକାରୀ ଡ. ପ୍ରମୋଦ କୁମାର ନାୟକ ପ୍ରମୂଖ ଉପସ୍ଥିତ ଥିଲେ । ଅନ୍ୟପକ୍ଷେ, ଜିଲ୍ଲାରେ ଆଜିଠାରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଦୋକାନ ବଜାର ଖୋଲା ସମୟରେ ପରିବର୍ତ୍ତନ ଘଟିଛି । ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରହିଛି । ସହରର ସମସ୍ତ ସୁନା ଦୋକାନକୁ ପୂର୍ବ ନିୟମନୁସାରେ ବନ୍ଦ ରହିବାକୁ ଜିଲ୍ଲାପାଳ କହିଛନ୍ତି । ଅନ୍ୟପକ୍ଷେ, ସାମାଜିକ ଦୂରତା ଅବଲମ୍ବନ କରିବା ଏବଂ ମାସ୍କ ବ୍ୟବହାର କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି । ଏଥିସହିତ ବରିଷ୍ଠ ନାଗରିକମାନେ କୈାଣସି ବି ପରିସ୍ଥିତିରେ ବାହାରକୁ ନବାହାରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!