ଚଣ୍ଡିଖୋଲ, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବଡ଼ଚଣା ବିଜେଡି ପକ୍ଷରୁ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭରତପୁର ଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭରତପୁରର ପୂର୍ବତନ ସରପଞ୍ଚଙ୍କ ସଭାପତିତ୍ୱରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଏଥିରେ ବିଭିନ୍ନ ପଞ୍ଚାୟତର ଜନପ୍ରତିନିଧି ସହ ହଜାର ହଜାର ସଂଖ୍ୟାରେ ବିଜେଡି କର୍ମକର୍ତ୍ତାମାନେ ଯୋଗ ଦେଇଥିଲେ । ସେହିପରି ଆଗାମୀ ଦିନରେ ଦଳୀୟ କାର୍ଯ୍ୟପନ୍ଥା ନେଇ ଖସଡ଼ା ପ୍ରସ୍ତୁତ କରାଯାଇଥିଲା । ରାଜ୍ୟ ସରକାରଙ୍କ ଜନହିତକର ଯୋଜନାକୁ ଲୋକଙ୍କ ନିକଟରେ ପହଞ୍ଚାଇବା ସହ ତୃଣମୂଳ ସ୍ତରରେ ଦଳକୁ ଆହୁରି ମଜବୁତ୍ କରିବା ପାଇଁ ଆହ୍ୱାନ ଦିଆଯାଇଛି । ଏହାସହିତ ରାଜ୍ୟରେ ବଡ଼ଚଣା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳର ସାଙ୍ଗଠନିକ କ୍ଷେତ୍ରରେ ଆଗରେ ରହିବ । ସେଥିପାଇଁ ସମସ୍ତେ କାର୍ଯ୍ୟ କରିବା ପାଇଁ ଦଳୀୟ କର୍ମକର୍ତା ମାନେ ଆହ୍ୱାନ ଦେଇଥିଲେ।





