Thursday, November 19, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୂର୍ବତନ ସରପଞ୍ଚ ଓ ସ୍ୱାମୀଙ୍କୁ ନିର୍ମମ ହତ୍ୟା

by ସଞ୍ଜୟ ସ୍ୱାଇଁ
September 14, 2023
in Crime, State
ପୂର୍ବତନ ସରପଞ୍ଚ ଓ ସ୍ୱାମୀଙ୍କୁ ନିର୍ମମ ହତ୍ୟା
164
VIEWS
Share on FacebookShare on Twitter

କେନ୍ଦୁଝର (ବାଘୁଆବାର୍ତ୍ତା): ଘରେ ପଡ଼ିଥିଲା ରକ୍ତର ଛିଟା, ଆଉ କୂଅରେ ଭାସୁଥିଲା ମୃତଦେହ। ପୂର୍ବତନ ସରପଞ୍ଚଙ୍କ ସହ ତାଙ୍କ ସ୍ୱାମୀଙ୍କୁ ବି ମାରି କୂଅରେ ଫିଙ୍ଗିଦେଲେ ଦୁର୍ବୃତ୍ତ । ଏପରି ଏକ ଚାଞ୍ଚଲ୍ୟକର ଘଟଣା କେନ୍ଦୁଝର ଜିଲା ହାଟଡିହି ବ୍ଲକ କେ.ବାଲିପାଳ ପଞ୍ଚାୟତର ମୟୂରନଚା ଗ୍ରାମରେ ଘଟିଛି। ମୃତକଦ୍ୱୟ ହେଲେ କେ.ବାଲିପାଳ ପଞ୍ଚାୟତର ପୂର୍ବତନ ସରପଞ୍ଚ ରମ୍ଭା ପାତ୍ର ଓ ତାଙ୍କ ସ୍ୱାମୀ ନିରଞ୍ଜନ ପାତ୍ର । ନିରଞ୍ଜନ ବଉଳା ଫାଣ୍ଡିର ଗ୍ରାମରକ୍ଷୀ ଥିବାବେଳେ ତାଙ୍କ ସ୍ତ୍ରୀ ରମ୍ଭା ପାତ୍ର ପୂର୍ବରୁ କେ ବାଲିପାଳ ପଂଚାୟତର ସରପଞ୍ଚ ଥିଲେ। ଉଭୟଙ୍କର କୌଣସି ସନ୍ତାନ ନ ଥିବା ବେଳେ ସେମାନେ ମୟୂରନଚା ଗ୍ରାମରେ ରହୁଥିଲେ। ଗତ ମଙ୍ଗଳବାର ରାତିରେ ଉଭୟ ଖାଇ କି ଶୋଇଥିବା ପାଖପଡୋଶୀ କହିଛନ୍ତି। ବୁଧବାର ଗାଁ ଲୋକେ ରମ୍ଭା ପାତ୍ରଙ୍କ ଘରକୁ ଯାଇଥିବା ବେଳେ ଡାକିବାରୁ କେହି ଶୁଣି ନ ଥିଲେ। ଏହାପରେ ସେମାନେ କବାଟ ଖୋଲି ଭିତରେ ପଶିବାରୁ ଭିତରେ ରକ୍ତ ଛିଟା ପଡ଼ିଥିବା ଦେଖିବାବାକୁ ପାଇଥିଲେ। ଏହାପରେ ଖୋଜାଖୋଜି କରିବାରୁ କୂଅରେ ରମ୍ଭାମଣୀଙ୍କ ମୃତ ଦେହ ପଡ଼ିଥିବାର ଦେଖିବାକୁ ପାଇଥିଲେ। ଖବରପାଇ ସୋସୋ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା। ଏହାପରେ ଅଗ୍ନିଶମ କର୍ମଚାରୀ ପହଞ୍ଚି କୂଅ ଭିତରୁ ୨ଟି ଯାକ ମୃତଦେହ ଉଦ୍ଧାର କରିଥିଲେ। ଉଭୟଙ୍କ ପିଠିରେ କ୍ଷତ ଚିହ୍ନ ଥିବାରୁ କେହି ମାରଣାସ୍ତ୍ରରେ ଆକ୍ରମଣ କରିଥିବା ଅନୁମାନ କରାଯାଉଛି। ଏନେଇ ନିରଞ୍ଜନଙ୍କ ପୁତୁରା ସୋସୋ ଥାନାରେ ଅଭିଯୋଗ କରିଛନ୍ତି। ଆଜି ସକାଳୁ ପୁଲିସ ଶବକୁ ଉଦ୍ଧାର କରିବା ସହି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଆରମ୍ଭ କରିଛି। ହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ପୂର୍ବ ଶତ୍ରୁତାରୁ ଏପରି ଜଘନ୍ୟ କାଣ୍ଡ ଘଟିଥାଇପାରେ ବୋଲି ଅନୁମାନ କରାଯାଉଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!